ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ

ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗାଁ ଦାଣ୍ଡରେ ବାପ-ପୁଅ ଦୁଇ ଜଣଙ୍କ ମୃତଦେହ ପଡ଼ିଥିବାବେଳେ ପଦ୍ମପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁଣପୁର ଏସ୍‌ଡିପିଓଙ୍କ ସମେତ ପୋଲିସ ଫୋର୍ସ ଗ୍ରାମରେ ପହଞ୍ଚିଛନ୍ତି। ଆଜି ସନ୍ଧ୍ୟାରେ କିଛି ଦୁର୍ବୃତ୍ତ ସରପଞ୍ଚଙ୍କ ସ୍ବାମୀ ଓ ଶ୍ୱଶୁରଙ୍କୁ ଆକ୍ରମଣ କରିଥିଲେ। ଜମିଜମା ବିବାଦକୁ କେନ୍ଦ୍ର କରି ଉଭୟପକ୍ଷ ମଧ୍ୟରେ କିଛି ଦିନ ହେଲା ବିବାଦ ଲାଗି ରହିଥିଲା। ଏଥିପାଇଁ ଏହି ଅଭାବନୀୟ ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ହତ୍ୟା ଘଟଣା ପରେ ଗ୍ରାମରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଉତ୍ତେଜନାମୂଳକ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପୋଲିସ ସବୁ ଦିଗ ଉପରେ ନଜର ରଖିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri