ସ୍ତ୍ରୀଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ଅଭିଯୁକ୍ତ ସ୍ବାମୀଙ୍କୁ ୧୫ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୧।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌(ଏଡିଜେ- ୩ )ରାଜକୁମାର ଦାଶ ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଗୋସାଣିନୂଆଗାଁ ଥାନା ସଦାନନ୍ଦ ବିହାର ଦ୍ୱିତୀୟ ଲାଇନର ବୁଲୁ ସାହୁ(୫୨)ଙ୍କୁ ଦାଷୀ ସାବ୍ୟସ୍ତ କରି ୧୫ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ୧୦ବର୍ଷ ପରେ ଏହି ରାୟ ପ୍ରକାଶ ପାଇଛି।

ବୁଲୁ ଏକ ଘରୋଇ କଲେଜରେ ପିଅନ ଥିଲେ। ୨୦୦୮ରେ ରାଜୀବନଗରରେ ରହୁଥିବା ଲଡୁ କିଶୋର ପାଢ଼ୀଙ୍କ ଝିଅ ଝିଲିଙ୍କୁ ସେ ବିବାହ କରିଥିଲେ। ୨ବର୍ଷ ପରେ ସେମାନଙ୍କ ଏକ ପୁତ୍ରସନ୍ତାନ ଜନ୍ମ ହୋଇଥିଲା। ବିବାହ ପରଠାରୁ ବୁଲୁ ଅଧିକ ଯୌତୁକ ଦାବି କରି ଝିଲିଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ।

୨୦୧୩ ମେ ୨୫ ତାରିଖରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଉତ୍ତ୍ୟକ୍ତ ହୋଇ ବୁଲୁ ଘରେ ଥିବା ଶିଳପୁଆ ଆଣି ଝିଲିଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ବୁଲୁ ପୁଅକୁ ନେଇ ଅଜାଘରେ ଛାଡ଼ି ଫେରାର ହୋଇଯାଇଥିଲେ। ଏ ନେଇ ଝିଲିଙ୍କ ମା’ ଉର୍ମିଳା ପାଢ଼ୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ହତ୍ୟା ମାମଲା(ନଂ.୬୪/୧୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ତଦନ୍ତ ପରେ ଘଟଣାସ୍ଥଳରୁ ରକ୍ତଭିଜା ଶିଳପୁଆ, ପୁଅର ରକ୍ତଭିଜା ପ୍ୟାଣ୍ଟ ଆଦି ଜବତ କରିଥିଲା। ଘଟଣାର ଦିନକ ପରେ ଫେରାର ବୁଲୁଙ୍କୁ ଗିରଫ କରାଯାଇଥିଲା। ମାମଲାର ବିଚାର ବେଳେ ୧୩ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ବୁଲୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ। ଗୁରୁବାର ରାୟ ପ୍ରକାଶ ବେଳେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଜିଲା ଦୌରାଜଜ୍‌ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ କ୍ୟାଡର ଅତିରିକ୍ତ ପିପି ବିକ୍ରମ କୁମାର କୁଣ୍ଡ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri