ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି।
ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା କର ଉକ୍ତ ଗ୍ରାମର
ହତ୍ୟାକାରୀ ୩ ଭାଇ ରାଧୁ ଦଣ୍ଡସେନା, ପି ଦଣ୍ଡସେନା, ଯଦୁ ଦଣ୍ଡସେନା ଓ ତାଙ୍କ ମା’ କୁଚିତା ଦଣ୍ଡସେନାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇବା ସହ ପ୍ରତ୍ୟେକଙ୍କୁ ୫୦ହଜାର ଟଙ୍କା
ଲେଖାଏ ଜରିମାନା କରିଛନ୍ତି। ସେହିପରି ଜରିମାନା ଅନାଦେୟ ହେଲେ ଆହୁରି ବର୍ଷେ ଅଧିକ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ନିଜ ରାୟରେ ଉଲ୍ଲେଖ କରିଛନ୍ତି।

ପ୍ରକାଶ ଯେ, ଗତ ୧୪ଜୁନ୍‌ ୨୦୧୮ରେ ଜୁନାଗଡ଼ ଥାନା ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ଥିବା ସରକାରୀ ଜମିକୁ ଅନଧିକୃତ ଅକ୍ତିଆର କରି ସକାଳେ ଉପରୋକ୍ତ ଅଭିଯୁକ୍ତମାନେ ଘର କରିବାକୁ ନିଅଁ ଖୋଳୁଥିଲେ। ତାହା ସରକାରୀ ଜମି ହୋଇଥିବାରୁ ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଅସ୍ଥାୟୀ ପିଅନ ଭାବେ କାର୍ଯ୍ୟ କରୁଥିବା ଛାୟାକାନ୍ତ ଦଣ୍ଡସେନା କାମ ବନ୍ଦ କରିବାକୁ କହିବା ସହ ରାଜସ୍ବ ନିରୀକ୍ଷକଙ୍କ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ଏଥିରେ ରାଗି ଯାଇ ଅଭିଯୁକ୍ତ ରାଧୁ ଦଣ୍ଡସେନାଙ୍କ ହାତକୁ ତାଙ୍କ ମା’ କୁଚିତା ଦଣ୍ଡସେନା ଟାଙ୍ଗିଆ ବଢ଼େଇ ଦେଇଥିଲେ। ଛାୟାକାନ୍ତକୁ ଅଭିଯୁକ୍ତ ରାଧୁ ଟାଙ୍ଗିଆରେ ହାଣିବା ସମୟରେ ତା’ଙ୍କ ୨ ଭାଇ ପିତ ଓ ଯଦୁ ଛାୟାକାନ୍ତଙ୍କ ଦୁଇ ହାତକୁ ଧରି ରଖିଥିଲେ। ମୁମୂର୍ଷୁ ଅବସ୍ଥାରେ ଛାୟାକାନ୍ତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଜୁନାଗଡ଼ ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରିଥିଲା। ପରେ ଏହି ମାମଲାଟି କୋର୍ଟକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri