Posted inଜାତୀୟ

୯ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ

ହାଇଦ୍ରାବାଦ,୨୯।୧୦: ନିଜର ପୂର୍ବ ଅପରାଧକୁ ଲୁଚାଇବା ପାଇଁ ୯ ଜଣ ଦାଦନ ଶ୍ରମିକଙ୍କୁ ହତ୍ୟା କରିଥିବା ବିହାର ବେଗୁସରାଇ ଜିଲାର ସଞ୍ଜୟ କୁମାର ଯାଦବଙ୍କୁ ତେଲଙ୍ଗାନାର ଓ୍ବାରାଙ୍ଗଲ କୋର୍ଟ ବୁଧବାର ମୃତ୍ୟୁଦଣ୍ଡାଦେଶ ଶୁଣାଇଛନ୍ତି। ଗତ ମେ’ ୨୦ରେ ସେ ଓ୍ବରାଙ୍ଗଲ ଗ୍ରାମାଞ୍ଚଳ ଜିଲାର ଗୋରେକୁଣ୍ଟା ଗ୍ରାମରେ ପଶ୍ଚିମବଙ୍ଗ ଓ ତ୍ରିପୁରାରୁ ଆସିଥିବା ୯ ଦାଦନଙ୍କୁ ହତ୍ୟା କରିଥିଲେ। ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାରର ୬ ଜଣ ଥିଲେ। ସମସ୍ତଙ୍କ ମୃତଦେହ ଏକ ପରିତ୍ୟକ୍ତ କୂଅରୁ ଉଦ୍ଧାର ହୋଇଥିଲା। ଏତଲାର ୨୫ ଦିନ ପରେ ଓ୍ବାରାଙ୍ଗଲ ପୋଲିସ ସଞ୍ଜୟଙ୍କ ବିରୋଧରେ ଆଇପିସିର ଧାରା ୭ରେ ମାମଲା ରୁଜୁ କରିଥିଲା। ଶୁଣାଣି ବେଳେ ସଞ୍ଜୟ ନିଜର ଅପରାଧ ସମ୍ପର୍କରେ ସ୍ବୀକାର କରିଥିଲେ। ଅଦାଲତ ୬୮ ସାକ୍ଷୀଙ୍କ ସମେତ ୯୮ ଜଣଙ୍କଠାରୁ ବୟାନ ଶୁଣିବା ପରେ ରାୟ ପ୍ରଦାନ କରିଥିଲେ।
ସମସ୍ତ ଦାଦନ ଗିସୁଗୋଣ୍ଡାର ଏକ ଅଖା ତିଆରି କାରଖାନାରେ କାମ କରୁଥିଲେ। ମାର୍ଚ୍ଚରେ ଲକ୍‌ଡାଉନ ଘୋଷଣା ହେବାରୁ ସେମାନେ ଉକ୍ତ କମ୍ପାନୀ ପରିସରରେ ରହିଥିଲେ। ଆର୍ଥତ୍କ ସମସ୍ୟା ଓ ଅନ୍ୟ ପାରିବାରିକ କାରଣରୁ ସମସ୍ତେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ପ୍ରଥମେ ସନ୍ଦେହ କରିଥିଲା। ତେବେ ସେମାନଙ୍କୁ ହତ୍ୟା କରାଯାଇଥିବା ତଦନ୍ତରୁ ସ୍ପଷ୍ଟ ହୋଇଥିଲା। ସଞ୍ଜୟ ମଧ୍ୟ ଜଣେ ଦାଦନ ଶ୍ରମିକ। ସେ ମାର୍ଚ୍ଚ ମାସରେ କରିଥିବା ଏକ ହତ୍ୟାକାଣ୍ଡକୁ ଲୁଚାଇବାକୁ ଯାଇ ୯ ଜଣ ଦାଦନଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଥିଲା। ତଦନ୍ତ ଅନୁଯାୟୀ ସଞ୍ଜୟଙ୍କର ରଫିକା(୩୭) ନାମ୍ନୀ ମହିଳାଙ୍କ ସହ ଅବୈଧ ସମ୍ପର୍କ ଥିଲା। ମାର୍ଚ୍ଚ ୬ରେ ପଶ୍ଚିମବଙ୍ଗ ଯାଉଥିଲାବେଳେ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାର ନିଦୁବ୍ରେଲୁଠାରେ ସଞ୍ଜୟ ରଫିକାଙ୍କୁ ହତ୍ୟା କରି ଓ୍ବାରାଙ୍ଗଲ ଫେରିଆସିଥିଲେ। ଏହି ଘଟଣାର ଦୁଇମାସ ପରେ ଧରାପଡ଼ିଯିବା ଆଶଙ୍କାରେ ସେ ପାଖରେ ରହୁଥିବା ଅନ୍ୟ ଦାଦନମାନଙ୍କୁ ମାରିଦେବା ପାଇଁ ନିଷ୍ପତ୍ତି ନେଇଥଲେ। ସେ ଖାଦ୍ୟରେ ନିଶା ଔଷଧ ଦେବା ପରେ ସୁପ୍ତ ଅବସ୍ଥାରେ ସେମାନଙ୍କୁ ଅଖାରେ ବାନ୍ଧି କୂଅରେ ଫିଙ୍ଗିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri