ଘାସିରାମ ମାଝିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ

ନୂଆପଡ଼ା, ୨୨।୧୦ (ମକାରୁ ବେମାଲ ) : ନୂଆପଡ଼ା ଭାଜପା ଜିଲା କାର୍ଯ୍ୟାଳୟରେ ମଙ୍ଗଳବାର ଦଳ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର ଜିଲା ସଭାପତି କମଲେଶ ଦୀକ୍ଷିତ ସୂଚନା ଦେଇ କହିଥିଲେ, ଜାତୀୟ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝିଙ୍କ ନାମରେ ଅନେକ ଆପରାଧିକ ମାମଲା ରହିଛି। ସେ ତାଙ୍କର କିଛି ମାମଲାକୁ ଲୁଚାଇ ରିଟର୍ନିଂ ଅଧିକାରୀଙ୍କଠାରେ ଆଫିଡେଭିଟ ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ସମୟରେ ୧୯ ଆପରାଧିକ ମାମଲା ଆଫିଡେବିଟରେ ଉଲ୍ଲେଖ କରି ରିଟର୍ନିଂ ଅଧିକାରୀଙ୍କଠାରେ ଦାଖଲ କରିଥିଲେ। ୨୦୨୫ ଉପନିର୍ବାଚନରେ ୭ ମାମଲା ଲୁଚାଇ ୧୨ ମାମଲା ରହିଛି ବୋଲି ଆଫିଡେଭିଟରେ ଉଲ୍ଲେଖ ରହିଛି। ଦୁଇଟି ମାମଲା କେସ୍‌ ନଂ.୧୦୧/୨୦୧୮ ଓ ୧୪୬/୨୦୨୨ ବର୍ତ୍ତମାନ କୋର୍ଟରେ ବିଚାରାଧୀନ ରହିଛି। ଏହି ଦୁଇ ମାମଲାକୁ ପ୍ରାର୍ଥୀ ଆଫିଡେଭିଟରେ ଉଲ୍ଲେଖ କରିନାହାନ୍ତି। ଏପରି ମିଥ୍ୟା ତଥ୍ୟ ଦେଇ ନିର୍ବାଚନ ଲଢୁଥିବା ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ କରାଯାଉ ବୋଲି ଭାଜପା ଜିଲା ସଭାପତି ଦୀକ୍ଷିତ ଦାବି କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ମାଝିଙ୍କୁ ଏନେଇ ପଚାରିବାରୁ ସେ କହିଛନ୍ତି, ୨୦୨୪ରେ ୧୯ ମାମଲା ରହିଥିଲା ସତ। କିଛିମାସ ଭିତରେ ୭ ମାମଲାର ସମାଧାନ ହୋଇସାରିଛି। ତାଙ୍କ ନାମରେ ରହିଥିବା ମାମଲା ସମ୍ପର୍କରେ ସତ୍ୟପାଠାରେ ଉଲ୍ଲେଖ କରି ରିଟର୍ନିଂ ଅଧିକାରୀଙ୍କଠାରେ ଦାଖଲ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri