ହତ୍ୟାର ପ୍ରତିଶୋଧ ନେଲେ ହତ୍ୟାରେ

ରାଉରକେଲା ଅଫିସ,୧୧ା୯: ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ରିମ୍‌ଝିମ୍‌ ବସ୍ତିରେ ଶୁକ୍ରବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟଣାରେ ଗୁରୁତର ହୋଇଥିବା ଯୁବକ ଜିତେନ୍ଦ୍ର ସା ଓରଫ ଗୋରେ (୩୯)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ପୋଲିସ ଉକ୍ତ ଘଟଣାର ତଦନ୍ତ କରି ଶନିବାର ଥାନାରେ ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି। ଅନ୍ୟମାନଙ୍କୁ ଧରିବା ପାଇଁ ଚଢାଉ ଅଭିଯାନ ଜାରି ରହିଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଛି। ମୃତ୍ୟୁ ପୂର୍ବରୁ ଗୋରେ ୫ ଅଭିଯୁକ୍ତଙ୍କ ନାମ ପ୍ରକାଶ କରିଥିଲେ। ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଯଥାଶୀଘ୍ର ଗିରଫ କରାଯିବ ବୋଲି ରାଉରକେଲା ଏସ୍‌ପି ମୁକେଶ ଭାମୁ କହିଛନ୍ତି।
ରିମ୍‌ଝିମ୍‌ ବସ୍ତିରେ ଜିତେନ୍ଦ୍ର ପରିବାର ସହ ବାସ କରନ୍ତି। ଗତବର୍ଷ ଜାନୁୟାରୀ ୭ରେ ଗୋରେ ତାଙ୍କର କେତେଜଣ ସହଯୋଗୀଙ୍କ ସହ ମିଶି ନାଲାରୋଡ଼ ଅଞ୍ଚଳରେ ବାସ କରୁଥିବା ଦିଲୁ ଖାନ୍‌ଙ୍କୁ ରେଲୱେ କଲୋନୀ ସ୍ଥିତ ବଡ଼ପାର୍କକୁ ଡାକି ବ୍ୟବସାୟିକ କଥାବାର୍ତ୍ତାକୁ ନେଇ ଯୁକ୍ତିତର୍କ ପରେ ହତ୍ୟା କରିଥିଲେ। ଏହି ଘଟଣାରେ ପୋଲିସ ଗୋରେ ଓ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଗୋରେ ଜେଲରେ ରହି ଚଳିତ ବର୍ଷ ମାର୍ଚ୍ଚରେ ବାହାରିଥିଲେ। ଏହି ଘଟଣାକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ୫ଯୁବକ ରିମ୍‌ଝିମ ବସ୍ତିରେ ପହଞ୍ଚତ୍ ଗୋରେଙ୍କୁ ଘରୁ ଡାକି ନେଇଥିଲେ। ଘରର ଅଳ୍ପ ଦୂରରେ ତାଙ୍କ ଉପରକୁ ୪ ରାଉଣ୍ଡ ଗୁଳି ମାରିବା ସହ ଧାରୁଆ ଅସ୍ତ୍ରରେ ମୁଣ୍ଡ ଓ ହାତକୁ ଆକ୍ରମଣ କରିଥିଲେ। ଏହା ଦେଖି ତାଙ୍କ ମାଉସୀ ଲକ୍ଷ୍ମୀ ସା ପ୍ରତିରୋଧ କରିବାରୁ ତାଙ୍କୁ ମଧ୍ୟ ଗୁଳି ମାରିଥିଲେ। ବସ୍ତିବାସୀ ପାଟି କରିବାରୁ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ମାଲଗୋଦାମସ୍ଥିତ ରେଳ ଫାଟକ ଆଡ଼େ ଦୌଡ଼ି ପଳାଇଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୋରେ ଓ ଲକ୍ଷ୍ମୀଙ୍କୁ ଏକ ଅଟୋରେ ଚିକିତ୍ସାଲାଗି ରାଉରକେଲା ଇସ୍ପାତ ଜେନେରାଲ ହସ୍ପପିଟାଲ(ଆଇଜିଏଚ୍‌)କୁ ନେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri