Posted inଜାତୀୟ

ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ

ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ ଭୁଲ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଅତ୍ୟାଚାରରୁ ଧ୍ୟାନ ହଟାଇବା।
ଗୁରୁବାର Bangladeshର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ପ୍ରେସ ସଚିବ ବଙ୍ଗଳାର ମୁର୍ଶିଦାବାଦ ଜିଲାରେ ସମ୍ପ୍ରତି ଘଟିଥିବା ହିଂସାରେ ମୁସଲିମ ସଂଖ୍ୟାଲଘୁଙ୍କୁ ସୁରକ୍ଷା ଦେବା ପାଇଁ ଭାରତକୁ ଅପିଲ କରିଥିଲେ। ଏହି ହିଂସାରେ ତିନି ଜଣ ପ୍ରାଣ ହରାଇଥିଲେ ଏବଂ ଶହ ଶହ ଲୋକ ଆହତ ହୋଇଥିଲେ।
ବାଂଲାଦେଶର ମନ୍ତବ୍ୟକୁ ପ୍ରତ୍ୟାଖ୍ୟାନ କରି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ Bangladesh ଭାରତ ଉପରେ ‘ମିଥ୍ୟା ଏବଂ ଭିତ୍ତିହୀନ’ ମନ୍ତବ୍ୟ ଦେବା ପରିବର୍ତ୍ତେ ନିଜ ଦେଶରେ ରହୁଥିବା ସଂଖ୍ୟାଲଘୁଙ୍କ ଅଧିକାର ସୁରକ୍ଷା ଉପରେ ଧ୍ୟାନ ଦେବା ଉଚିତ।

ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି, ‘ପଶ୍ଚିମବଙ୍ଗର ଘଟଣା ଉପରେ Bangladesh ଦେଇଥିବା ବିବୃତ୍ତିକୁ ଆମେ ଗ୍ରହଣ କରିବାକୁ ମନା କରୁଛୁ। ଏହା ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଅତ୍ୟାଚାର ବିଷୟରେ ଭାରତର ଚିନ୍ତାରୁ ଧ୍ୟାନ ହଟାଇବା ପାଇଁ ଏକ ପ୍ରୟାସ। ଏପରି ଅପରାଧ କରୁଥିବା ଲୋକମାନେ ସେଠାରେ ମୁକ୍ତ ଭାବରେ ବିଚରଣ କରୁଛନ୍ତି।’ ସେ ଆହୁରି କହିଛନ୍ତି, ‘ଅଯଥା ମନ୍ତବ୍ୟ ଦେବା ଏବଂ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ବାଂଲାଦେଶ ନିଜ ଦେଶରେ ସଂଖ୍ୟାଲଘୁଙ୍କ ଅଧିକାର ସୁରକ୍ଷା ଉପରେ ଧ୍ୟାନ ଦେବା ଉଚିତ।’


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri