Posted inଖେଳ

ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍‌ଫିକର ରହିମ ଓ ସ୍କଟିଶ ଅଲ୍‌ରାଉଣ୍ଡର କ୍ୟାଥରିନ୍‌ ବ୍ରାଇସ୍‌ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ସୋମବାର ଏକ ଖବରଦାତା ସମ୍ମିଳନୀରେ ଏହା ଘୋଷଣା କରାଯାଇଛି। ଉଇକେଟକିପର ବ୍ୟାଟ୍ସମ୍ୟାନ ମୁସ୍‌ଫିକର ମେ ମାସରେ ଶ୍ରୀଲଙ୍କା ବିପକ୍ଷରେ ଏକ ଟେଷ୍ଟ ଓ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ବାଂଲାଦେଶର ପ୍ରଥମ ଦିନିକିଆ ସିରିଜ ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଦ୍ୱିତୀୟ ଗେମ୍‌ରେ ସେ ୧୨୫ ରନ ସ୍କୋର କରିଥିଲେ। ଆଇସିସି ଭୋଟିଂ ଏକାଡେମୀରେ ପ୍ରତିନିଧିତ୍ୱ କରୁଥିବା ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମେ ମାସରେ ମୁସ୍‌ଫିକରଙ୍କ ପ୍ରଦର୍ଶନ ଉପରେ ତାଙ୍କର ମନ୍ତବ୍ୟ ରଖି କହିଛନ୍ତି ଉଚ୍ଚସ୍ତରରେ ୧୫ ବର୍ଷ ଖେଳିସାରିବା ପରେ ମଧ୍ୟ ବାଂଲାଦେଶର ଏହି ଖେଳାଳିଙ୍କର ରନ ସଂଗ୍ରହ କ୍ଷୁଧା ମେଣ୍ଟି ନାହିଁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ୧୯୯୬ ବିଶ୍ୱକପ୍‌ ଚାମ୍ପିୟନ ବିପକ୍ଷରେ ବାଂଲାଦେଶର ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ ସିରିଜ ବିଜୟ ସଫଳତାରେ ଏହି ଖେଳାଳିଙ୍କର ବିଶେଷ ଅବଦାନ ରହିଛି। ମିଡିଲ ଅର୍ଡରରେ କ୍ରିଜ୍‌ରେ ଜମି ରହିବା ଏବଂ ଚମତ୍କାର ଉଇକେଟ କିପିଂ ତାଙ୍କ ଫିଟ୍‌ନେସ୍‌ ଓ ସ୍କିଲ୍‌ର ପ୍ରମାଣ ଦେଉଛି। ଅନ୍ୟପକ୍ଷରେ ବ୍ରାଇସ ସ୍କଟ୍‌ଲାଣ୍ଡର ଉଭୟ ପୁରୁଷ ଓ ମହିଳା ବିଭାଗରେ ପ୍ରଥମ ଖେଳାଳି ହିସାବରେ ବ୍ୟାଟିଂ ହେଉ ଅବା ବୋଲିଂ ନିକଟରେ ପ୍ରକାଶିତ ଏମ୍‌ଆର୍‌ଏଫ୍‌ ଟାୟାର୍ସ ଆଇସିସି ପ୍ଲେୟର ର଼୍ୟାଙ୍କିଙ୍ଗର ଟପ୍‌ ୧୦ରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ମେ ମାସରେ ଆୟର୍ଲାଣ୍ଡ ବିପକ୍ଷରେ ବ୍ରାଇସ୍‌ ୪ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ସେ ୯୬ ରନ ସ୍କୋର କରିବା ସହ ୪.୭୬ ଇକୋନୋମି ରେଟ୍‌ରେ ୫ ଉଇକେଟ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri