Posted inଖେଳ

ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍‌ଫିକର ରହିମ ଓ ସ୍କଟିଶ ଅଲ୍‌ରାଉଣ୍ଡର କ୍ୟାଥରିନ୍‌ ବ୍ରାଇସ୍‌ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ସୋମବାର ଏକ ଖବରଦାତା ସମ୍ମିଳନୀରେ ଏହା ଘୋଷଣା କରାଯାଇଛି। ଉଇକେଟକିପର ବ୍ୟାଟ୍ସମ୍ୟାନ ମୁସ୍‌ଫିକର ମେ ମାସରେ ଶ୍ରୀଲଙ୍କା ବିପକ୍ଷରେ ଏକ ଟେଷ୍ଟ ଓ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ବାଂଲାଦେଶର ପ୍ରଥମ ଦିନିକିଆ ସିରିଜ ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଦ୍ୱିତୀୟ ଗେମ୍‌ରେ ସେ ୧୨୫ ରନ ସ୍କୋର କରିଥିଲେ। ଆଇସିସି ଭୋଟିଂ ଏକାଡେମୀରେ ପ୍ରତିନିଧିତ୍ୱ କରୁଥିବା ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମେ ମାସରେ ମୁସ୍‌ଫିକରଙ୍କ ପ୍ରଦର୍ଶନ ଉପରେ ତାଙ୍କର ମନ୍ତବ୍ୟ ରଖି କହିଛନ୍ତି ଉଚ୍ଚସ୍ତରରେ ୧୫ ବର୍ଷ ଖେଳିସାରିବା ପରେ ମଧ୍ୟ ବାଂଲାଦେଶର ଏହି ଖେଳାଳିଙ୍କର ରନ ସଂଗ୍ରହ କ୍ଷୁଧା ମେଣ୍ଟି ନାହିଁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ୧୯୯୬ ବିଶ୍ୱକପ୍‌ ଚାମ୍ପିୟନ ବିପକ୍ଷରେ ବାଂଲାଦେଶର ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ ସିରିଜ ବିଜୟ ସଫଳତାରେ ଏହି ଖେଳାଳିଙ୍କର ବିଶେଷ ଅବଦାନ ରହିଛି। ମିଡିଲ ଅର୍ଡରରେ କ୍ରିଜ୍‌ରେ ଜମି ରହିବା ଏବଂ ଚମତ୍କାର ଉଇକେଟ କିପିଂ ତାଙ୍କ ଫିଟ୍‌ନେସ୍‌ ଓ ସ୍କିଲ୍‌ର ପ୍ରମାଣ ଦେଉଛି। ଅନ୍ୟପକ୍ଷରେ ବ୍ରାଇସ ସ୍କଟ୍‌ଲାଣ୍ଡର ଉଭୟ ପୁରୁଷ ଓ ମହିଳା ବିଭାଗରେ ପ୍ରଥମ ଖେଳାଳି ହିସାବରେ ବ୍ୟାଟିଂ ହେଉ ଅବା ବୋଲିଂ ନିକଟରେ ପ୍ରକାଶିତ ଏମ୍‌ଆର୍‌ଏଫ୍‌ ଟାୟାର୍ସ ଆଇସିସି ପ୍ଲେୟର ର଼୍ୟାଙ୍କିଙ୍ଗର ଟପ୍‌ ୧୦ରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ମେ ମାସରେ ଆୟର୍ଲାଣ୍ଡ ବିପକ୍ଷରେ ବ୍ରାଇସ୍‌ ୪ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ସେ ୯୬ ରନ ସ୍କୋର କରିବା ସହ ୪.୭୬ ଇକୋନୋମି ରେଟ୍‌ରେ ୫ ଉଇକେଟ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri