ଡିଜେ ନାଇଟ୍‌ରେ ମସ୍‌ଗୁଲ ଯୁବପିଢ଼ି

ବ୍ରହ୍ମପୁର ଅଫିସ,୧ା୧:ଚଳିତ ବର୍ଷ କରୋନା ନିୟନ୍ତ୍ରଣରେ ଥିବା ଯୋଗୁ ରେଶମ ସହରବାସୀ ଉତ୍ସାହର ସହ ଶନିବାର ଜିରୋ ନାଇଟ ପାଳନ କରିଛନ୍ତି। ଏହି ଅବସରରେ ସହରବାସୀ କେକ୍‌ କାଟି ନିଜ ପରିବାର ଓ ବନ୍ଧୁ ବର୍ଗଙ୍କ ସହ ବାଣ ଫୁଟାଇ ପାଳନ କରିଥିଲେ। ସେହିପରି ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ, ଜିମ୍‌, ୟୁନିୟନ କ୍ଲବ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ସହରରେ ନବବର୍ଷ ପାଳନ ନିମନ୍ତେ ବ୍ୟାପକ ପ୍ରସ୍ତ୍‌ୁତି ହୋଇଛି। ଯୁବ ବର୍ଗ ଡିଜେ ନାଇଟ ପାର୍ଟିରେ ମସ୍‌ଗୁଲ ହୋଇ ଜିରୋ ନାଇଟ ପାଳନ କରିଥିଲେ। ଜିରୋ ନାଇଟରେ ଡିଜେ ପାର୍ଟିକୁ ନେଇ ବିଭିନ୍ନ ସଂସ୍ଥାର ବ୍ୟବସାୟ ମଧ୍ୟ ଭଲ ହୋଇଛି। ଏଥି ନିମନ୍ତେ କପଲ୍‌ ଓ ସିଙ୍ଗଲ ଟିକେଟ ବ୍ୟବସ୍ଥା ହୋଇଥିଲା। ୨୦୦ରୁ ଆରମ୍ଭ କରି ୧୮୦୦ ଟଙ୍କା ପର୍ଯ୍ୟନ୍ତ ଟିକେଟ ସହରରେ ବିକ୍ରି ହୋଇଥିଲା। ବନ୍ଧୁ ଓ ପରିବାର ବର୍ଗ ନିଜ ନିଜ ଘରେ ଭୋଜି ଭାତର ଆୟୋଜନ କରିଥିଲେ। ସହରର ରାମଲିଙ୍ଗେଶ୍ୱର ପାର୍କ ଓ ବିଜୁ ପଟ୍ଟନାୟକ ପାର୍କରେ ଭିଡ଼ ଜମିଥିଲା।

 

ବ୍ରହ୍ମପୁର ଅଫିସ,୧ା୧: ବ୍ରହ୍ମପୁର ସହରରେ ଶାନ୍ତି ଶୃଙ୍ଖଳାରେ ଜିରୋ ନାଇଟ ପାଳନ କିପରି ହୋଇପାରିବ ସେନେଇ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶନିବାର ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌.ଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଥାନାଧିକାରୀ ନିଜ ନିଜ ଅଞ୍ଚଳର ଅପରାଧୀମାନଙ୍କୁ ଥାନାକୁ ଡାକିଥିଲେ। ସହରରେ ସେମାନେ ଶନିବାର ଯେପରି କୌଣସି ବିଶୃଙ୍ଖଳା ସୃଷ୍ଟି ନ କରିବେ ସେନେଇ ତାଗିଦ କରି ଛଡ଼ାଯାଇଛି। ଅନ୍ୟପଟେ ଜନସାଧାରଣ ଶାନ୍ତି ଓ ଶୃଙ୍ଖଳାର ସହ ଜିରୋ ନାଇଟ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରନ୍ତୁ ବୋଲି ଏସ୍‌ପି କହିବା ସହ ସମସ୍ତଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri