Posted inଜାତୀୟ

୧୦ରୁ ଖୋଲିବ ମ୍ୟୁଜିୟମ: ସଂସ୍କୃତି ମନ୍ତ୍ରଣାଳୟର ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୬ା୧୧(ପିଆଇବି):ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନ୍‌ଲକ୍‌ ୫.୦ ଗାଇଡ୍‌ଲାଇନ ଆଧାରରେ ୧୦ ତାରିଖରୁ ଦେଶରେ ମ୍ୟୁଜିୟମ୍‌, ଆର୍ଟ ଗ୍ୟାଲେରି ଏବଂ ପ୍ରଦର୍ଶନୀ ଖୋଲିବାକୁ ଯାଉଛି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଓର) ଜାରି ହୋଇଛି। କରୋନା ସଂକ୍ରମଣ ରୋକିବା ଲାଗି ଏଥିରେ ବିଭିନ୍ନ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହାକୁ ମ୍ୟୁଜିୟମ, ଆର୍ଟ ଗ୍ୟାଲେରି ଓ ଏକ୍ଜିବିଶନର ପରିଚାଳନା ସଂସ୍ଥା ଓ ଦର୍ଶକଙ୍କୁ ପାଳନ କରିବାକୁ ହେବ। ଏଥିରେ ପରିଷ୍କାର ପରିଚ୍ଛନ୍ନତା, ଦର୍ଶକ ଓ କର୍ମଚାରୀଙ୍କ ନିରାପତ୍ତା ଓ ଟିକେଟ କ୍ରୟ ଉପରେ ମୁଖ୍ୟତଃ ଧ୍ୟାନ ଦିଆଯାଇଛି।
ଏସ୍‌ଓପି ଅନୁଯାୟୀ କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧାଞ୍ଚଳ) ମଧ୍ୟରେ ଥିବା କୌଣସି ମ୍ୟୁଜିୟମ୍‌ କିମ୍ବା ଆର୍ଟ ଗ୍ୟାଲେରି ଖୋଲିବ ନାହିଁ। ଏଥିସହିତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା କୋଭିଡ୍‌ ସମ୍ପର୍କିତ ଗାଇଡ୍‌ଲାଇନକୁ ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri