Posted inଜାତୀୟ

ମୁସେୱାଲା ହତ୍ୟାକାଣ୍ଡ: ଶାର୍ପ ସୁଟର ସନ୍ତୋଷ ଗୁଜରାଟରୁ ଗିରଫ

ନୂଆଦିଲ୍ଲୀ,୧୩ ।୬: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାଣ୍ଡରେ ପୁଣେ ଗ୍ରାମୀଣ ପୋଲିସର କ୍ରାଇମ ବ୍ରାଞ୍ଚ ଶାର୍ପ ସୁଟର ସନ୍ତୋଷ ଯାଦବଙ୍କୁ ଗୁଜରାଟରୁ ଗିରଫ କରିଛି । ପୋଲିସର ଏକ ଟିମ ରବିବାର ରାତିରେ ସନ୍ତୋଷଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଅଧିକ ଯାଞ୍ଚ ପାଇଁ ସନ୍ତୋଷଙ୍କୁ ୨୦ ଜୁନ ପର୍ଯ୍ୟନ୍ତ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି । ସନ୍ତୋଷଙ୍କ ବିରୋଧରେ ମଞ୍ଚର ପୋଲିସ ଷ୍ଟେଶନରେ କେସ କରାଯାଇଥିଲା । ପୋଲିସ ଅଧିକ୍ଷକ ଡା. ଅଭିନବ ଦେଶମୁଖ କହିଛନ୍ତି ସୋମବାର ସକାଳେ ଏ ସମ୍ପର୍କରେ ଆହୁରି ଅଧିକ ତଥ୍ୟ ଦିଆଯିବ ।
ସୂଚନାଯୋଗ୍ୟ, ଗତ ସୋମବାର ମୁସେୱାଲାଙ୍କ ହତ୍ୟାକାଣ୍ଡରେ ସନ୍ତୋଷ ଯାଦବ ଓ ସୌରଭ ମହାକାଳ ସମ୍ପୃକ୍ତ ଥିବା ଘୋଷଣା କରିଥିଲା ପଞ୍ଜାବ ପୋଲିସ । ମହାଳାକଙ୍କୁ ୪ ଦିନ ପୂର୍ବରୁ ଗିରଫ କରାଯାଇଥିବା ବେଳେ ସନ୍ତୋଷଙ୍କୁ ୪ଟି ରାଜ୍ୟରେ ଖୋଜା ଚାଲିଥିଲା । ଶେଷରେ ରବିବାର ରାତିରେ ତାଙ୍କୁ ଗୁଜରାଟରୁ ଗିରଫ କରାଯାଇଛି । ସୂଚନାଯୋଗ୍ୟ, ମେ’ ୨୯ରେ ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କୁ ଗୁଳି କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଏହି ଘଟଣା କେବଳ ମନୋରଞ୍ଜନ ଦୁନିଆ ନୁହେଁ ବରଂ ସାରା ଦେଶରେ ଆଲୋଡନ ସୃଷ୍ଟି କରିବା ସହ ପଞ୍ଜାବର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚି ସୃଷ୍ଟି କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri