ମୂଷାପାଲି ପଞ୍ଚାୟତକୁ ମଦମୁକ୍ତ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

କୋକସରା,୨୮ା୫(ଡି.ଏନ୍‌.ଏ.): ଦିନକୁ ଦିନ ଗ୍ରାମାଞ୍ଚଳରେ ଦେଶୀ ମଦଭାଟି ଛତୁ ଫୁଟିଲା ଭଳି ଖୋଲୁଥିବାରୁ ଗାଁ ଗାଁରେ ମଦ୍ୟପଙ୍କ ଦୌରାତ୍ମ୍ୟ ସହ ଗାଁ ପରିବେଶକୁ ଅଶାନ୍ତ କରୁଥିବା ଦେଖିବାକୁ ମିଳୁଛି। ଘରେ ଘରେ ଗଣ୍ଡଗୋଳ ହେଉଛି। ସ୍ତ୍ରୀ-ସ୍ବାମୀ ମଧ୍ୟରେ ମତାନ୍ତର ହୋଇ କଥା ଛାଡ଼ପତ୍ର ପର୍ଯ୍ୟନ୍ତ ଯାଉଛି। ମଦନିଶାରେ ଅସାମାଜିକ କାର୍ଯ୍ୟ କଳାପ ସହ ଚୋରି, ଡକାୟତି, ରାହାଜାନୀ, ଲୁଟ୍‌, ହତ୍ୟା ଭଳି ଘଟଣା ଦେଖିବାକୁ ମିଳୁଛି। ଏହାର ପ୍ରତିବାଦ କରି ଶନିବାର କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତର ୩୦ଟି ଏସ୍‌.ଏଚ୍‌.ଜିର ମହିଳାମାନେ ଏକତ୍ରିତ ହୋଇ ପଞ୍ଚାୟତରେ ଥିବା ସମସ୍ତ ଦେଶୀ ମଦଭାଟି ବନ୍ଦ କରିବାକୁ ଶପଥ ନେଇଛନ୍ତି। ଆଜି ମୂଷାପାଲି ପଞ୍ଚାୟତର ମୂଷାପାଲି, ଖପ୍ରାମାଲ, ଗହନାମୁଣ୍ଡା ଗାଁରେ ଥିବା ଦେଶୀ ମଦ ଭାଟିଗୁଡିକୁ ବନ୍ଦ କରିବାକୁ ଏକ ଦାବିପତ୍ର ଏସ୍‌ଏଚ୍‌ଜିର ବୈଦେହୀ ସୁନାନୀ, ଶୈଳନ୍ଦ୍ରୀ ନାଏକ, ଧନମତି ରାଉତ, ମମତା ପାଣ୍ଡେ, ସନ୍ତୋଷୀ ବାଗ, ସୁମନ ରାଉତ, କ୍ରାନ୍ତି ଦୁର୍ଗା, କସ୍ତୁରୀ ରାଉତ, ପୂର୍ଣ୍ଣମୀ ଧରୁଆ, ଅଦିତି ରାଉତ, ମଞ୍ଜୁଳତା ଦୁର୍ଗା, କୁମୁଦିନୀ ବାଗ, ଭୂମିସୁତା ବାଗ, ଗୀତା ରାଉତ, ମମତା ସୁନାନୀଙ୍କ ସମେତ ଶତାଧିକ ମହିଳା କୋକସରା ଥାନାରେ ପହଞ୍ଚି ଥାନାଧିକାରୀ ପ୍ରସନ୍ନ କୁମାର ବେହେରାଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri