Posted inଫୁରସତ

ସୁସ୍ଥ ମନ ପାଇଁ ସଙ୍ଗୀତ

ବ୍ୟସ୍ତ ବହୁଳ ଜୀବନରେ ଅବସର ବିନୋଦନର ଆବଶ୍ୟକତା ରହିଛି। ଯାହାର ସହଜ ମାଧ୍ୟମ ହେଉଛି ସଙ୍ଗୀତ ଶୁଣିବା। ଏହାଦ୍ୱାରା ଭାରାକ୍ରାନ୍ତ ମନ ପ୍ରଫୁଲ୍ଲ ହୋଇଥାଏ। ଏକ ସୁସ୍ଥ ଓ ଅବସାଦମୁକ୍ତ ଜୀବନ ପାଇଁ ସଙ୍ଗୀତର ଭୂମିକା କେତେ ଗୁରୁତ୍ୱପୂର୍ଣ୍ଣ ସେ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଜୁନ ୨୧ରେ ବିଶ୍ୱ ସଙ୍ଗୀତ ଦିବସ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ସାରା ବିଶ୍ୱରେ ଅନେକ ସାର୍ବଜନୀନ ସ୍ଥାନ ଏବଂ ଅନୁଷ୍ଠାନଗୁଡିକରେ ସଂଗୀତଭିତ୍ତିକ କାର୍ଯ୍ୟକ୍ରମ ଆୟାଜନ କରାଯାଇଥାଏ। ଏମିତିକି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ଏବଂ ନୂଆ କଳାକାରମାନଙ୍କ ଦ୍ୱାରା ମାଗଣା କନସର୍ଟ ମଧ୍ୟ ଆୟୋଜିତ ହୋଇଥାଏ। ଫ୍ରାନ୍ସରେ ଏହି ଦିବସକୁ ‘ଫେଟେ ଦେ ଲା ମ୍ୟୁଜିକ୍‌’ ବୋଲି କୁହାଯାଇଥାଏ।
ମସିହାରେ ଫ୍ରାନ୍ସର ସଂସ୍କୃତି ମନ୍ତ୍ରୀ ଜ୍ୟାକ ଲାଙ୍ଗ୍‌ ଏବଂ ମ୍ୟୁଜିକ୍‌ କମ୍ପୋଜର ତଥା ରେଡିଓ ପ୍ରଡ୍ୟୁସର ମୌରିସ୍‌ ଫ୍ଲ୍ୟୁରେଟ୍‌ଙ୍କ ମିଳିତ ଉଦ୍ୟମରେ ପ୍ୟାରିସଠାରେ ପ୍ରଥମ ଥର ପାଇଁ ଏହି ଦିବସ ପାଳନ କରାଯାଇଥିଲା। ମଣିଷ ଶରୀରରେ ସଙ୍ଗୀତର ସକରାତ୍ମକ ପ୍ରଭାବ ସମ୍ପର୍କରେ ସଭିଙ୍କୁ ଅବଗତ କରାଇବା ଥିଲା ଏହି ଦିବସ ପାଳନର ମୂଳ ଉଦ୍ଦେଶ୍ୟ। ଧିରେ ଧିରେ ସାରା ବିଶ୍ୱରେ ଏହା ପ୍ରଚାର ପ୍ରସାର ହେବା ପରେ ଭାରତ, ଜର୍ମାନୀ, ଇଟାଲୀ, ଗ୍ରୀସ, ରୁଷିଆ, ଅଷ୍ଟ୍ରେଲିଆ, ପେରୁ, ବ୍ରାଜିଲ, ଇକ୍ୱାଡର୍‌, ମେକ୍ସିକୋ, କାନାଡା, ଆମେରିକା, ବ୍ରିଟେନ ଏବଂ ଜାପାନ ସମେତ ୧୨୦ଟି ଦେଶର ୭୦୦ରୁ ଅଧିକ ସହରରେ ଏହି ଦିବସ ଏକ ବାର୍ଷିକ ଉତ୍ସବରେ ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri