ସଙ୍ଗୀତଜ୍ଞ ମିହିର ଦାସଙ୍କ ପରଲୋକ

ବାରିପଦା ଅଫିସ,୨୪ା୩: ବିଶିଷ୍ଟ ସଂଗୀତଜ୍ଞ ମିହିର ଦାସ(୭୦)ଙ୍କର ଗୁରୁବାର ମୟୂରଭଞ୍ଜ ଜିଲା ବାରିପଦାର ପୁରୁଣା ହାଟସାହିସ୍ଥିତ ବାସଭବନରେ ପରଲୋକ ଘଟିଛି। ସେ ଏକଧାରାରେ ସୁନାମଧନ୍ୟ ସଂଗୀତଜ୍ଞ, ସଂଯୋଜକ ଭାବେ ପରିଚିତ ଥିଲେ। ଆକାଶବାଣୀ ସହିତ ମଧ୍ୟ ଜଡିତ ଥିଲେ। ପ୍ରାୟ ୩୦ବର୍ଷ ରାଉରକେଲାରେ ବିତାଇ ଥିବା ବେଳେ ସେଠାକାର ସଙ୍ଗୀତ ଦୁନିଆରେ ଜଣାଶୁଣା କଳାକାର ଭାବେ ପରିଚିତ ଥିଲେ। ପରବର୍ତ୍ତୀ ସମୟରେ ସେ ଜନ୍ମମାଟି ବାରିପଦା ଫେରିଆସିି ସଙ୍ଗୀତ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିଥିଲେ। ଭଞ୍ଜମାଟିର ସଙ୍ଗୀତଜ୍ଞ ରାଧାକୃଷ୍ଣ ଭଞ୍ଜ, ସରୋଜ ପଟ୍ଟନାୟକଙ୍କ ପରେ ସେ ବେଶ ପରିଚିତ ଥିଲେ। ଓଡ଼ିଆ ଚଳଚ୍ଚିତ୍ର ଝିଅଟି ସୀତା ପରି, ମୋ ମନ ଖାଲି ତୋରି ପାଇଁରେ କଣ୍ଠଦାନ କରିଛନ୍ତି। ମୟୂରଭଞ୍ଜ ଛଉନୃତ୍ୟ ପ୍ରତି ମଧ୍ୟ ତାଙ୍କର ଅବଦାନ ଥିଲା। ଛଉ ବାଦ୍ୟ ନିର୍ଦ୍ଦେଶକ ଭାବେ ଦିଲ୍ଲୀରେ ଦୀର୍ଘ ଦିନ ଧରି ସେ କାର୍ଯ୍ୟ କରିଛନ୍ତି। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିବା ସହ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri