ମନ୍ତ୍ରୀ ହେବେ ମସ୍କ! ଟ୍ରମ୍ପଙ୍କ ଅଫର ସ୍ବୀକାର କଲେ ଟେଲସା ମୁଖ୍ୟ

ଓ୍ବାଶିଂଟନ,୨୦।୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସଙ୍କ ଅଭିଯାନ ଜାରି ରହିଛି। ଏହି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକୀୟ ନାଗରିକଙ୍କୁ ବଡ଼ ପ୍ରତିଶୃତି ଦେଉଛନ୍ତି। ଏହି କ୍ରମରେ ସେ ଟେସଲା ମାଲିକ ତଥା ପ୍ରସିଦ୍ଧ ବିଲିୟନେୟାର ବ୍ୟବସାୟୀ ଏଲୋନ ମସ୍କଙ୍କୁ ଏକ ବଡ଼ ଅଫର ଦେଇଥିଲେ। ସେ କହିଛନ୍ତି ଯେ ଯଦି ନିର୍ବାଚନରେ ସେ ଆମେରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୁଅନ୍ତି, ତେବେ ସେ ଏଲୋନ ମସ୍କଙ୍କୁ ମନ୍ତ୍ରୀ ପଦ କିମ୍ବା ସରକାରରେ ଜଣେ ଗୁରୁତ୍ୱପୂର୍ଣ୍ଣ ପରାମର୍ଶଦାତା ଭାବରେ ସୁଯୋଗ ଦେବେ। ବିଶେଷ କଥା ହେଉଛି ଏଲୋନ ମସ୍କ ଏହି ଅଫରକୁ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରାର୍ଥୀତାକୁ ଏଲୋନ ମସ୍କ ସମର୍ଥନ କରୁଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସର ଏକ ପୋଷ୍ଟରେ ଡୋନାଲ୍ଡ ଟ୍ରମ୍ପଙ୍କ କଥାକୁ ନେଇ ଲେଖାଯାଇଛି କି, ଯଦି ସେ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହୁଅନ୍ତି ତେବେ ମସ୍କଙ୍କୁ କ୍ୟାବିନେଟ ମନ୍ତ୍ରୀ ଅବା ଆଡଭାଇଜର ପୋଷ୍ଟ ଅଫର କରିବେ।

ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଘୋଷଣା ପରେ ୟୁଜର୍ସମାନେ ଏକ୍ସରେ ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ଦେଉଛନ୍ତି। ଜଣେ ୟୁଜର ଏଲୋନ ମସ୍କକୁ ଏକ ସ୍ବତନ୍ତ୍ର ମନ୍ତ୍ରୀ ପୋର୍ଟଫୋଲିଓ ‘ସରକାରୀ ଦକ୍ଷତା ବିଭାଗ’ ପ୍ରଦାନ କରିବାକୁ କହିଥିଲେ, ଯେଉଁଥିରେ ଏଲୋନ ମସ୍କ ଖୁସି ବ୍ୟକ୍ତ କରିଥିଲେ ଏବଂ ଏହା ସମ୍ପୂର୍ଣ୍ଣ ହେବ ବୋଲି କହିଥିଲେ। କେବଳ ଏତିକି ନୁହେଁ, ଏଲୋନ ମସ୍କ ଏହି ମନ୍ତ୍ରୀ ପଦର ଫଟୋ ଫଟୋକ୍ସରେ ପ୍ଲେଟ ସହିତ ଶେୟାର କରି ଲେଖିଛନ୍ତି ଯେ ମୁଁ ଏହି ମନ୍ତ୍ରୀ ପଦ ସହିତ କାମ କରିବାକୁ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri