ଟ୍ରମ୍ପଙ୍କ ହୋଟେଲ ବାହାରେ ଜଳିଗଲା ମସ୍କଙ୍କ ସାଇବର ଟ୍ରକ୍‌, ଜଣେ ମୃତ ଦେଖନ୍ତୁ ଭିଡିଓ

ଓ୍ବାଶିଂଟନ,୨।୧: ଆମେରିକାରେ ପୁଣି ଥରେ ଏକ ଦୁର୍ଘଟଣା ଘଟିଛି। ପ୍ରଥମେ ନ୍ୟୁ ଆର୍ଲିନ୍ସରେ ଏକ ଟ୍ରକ ଅନେକ ଲୋକଙ୍କ ଉପର ମାଡି ଯାଇଥିବା ବେଳେ ଏବେ ଲସ ଭେଗାସରେ ଏକ ବିସ୍ଫୋରଣ ଘଟିଛି । ଟ୍ରମ୍ପ ଟାୱାର ବାହାରେ ଏହି ବିସ୍ଫୋରଣ ଘଟିଛି। ଟେସଲା କମ୍ପାନୀର ଏକ ସାଇବର ଟ୍ରକରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଲସ ଭେଗାସ ସ୍ଥିତ ଟ୍ରମ୍ପ ଇଣ୍ଟରନ୍ୟାସନାଲ ହୋଟେଲ ବାହାରେ ଏକ ଟେସଲା ସାଇବର ଟ୍ରକ ପାର୍କିଂ କରାଯାଇଥିଲା। ଯେଉଁଥିରେ ଏକ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ୭ଜଣ ଆହତ ହୋଇଛନ୍ତି। ଆତଙ୍କବାଦୀ ଘଟଣା ମନେକରି ଏଫବିଆଇ ଏହାର ତଦନ୍ତ କରୁଛି। ସୂଚନାଯୋଗ୍ୟ ଯେ ଟ୍ରମ୍ପ ଇଣ୍ଟରନ୍ୟାସନାଲ ହୋଟେଲର ମାଲିକ ହେଉଛନ୍ତି ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଟେସଲାର ମାଲିକ ହେଉଛନ୍ତି ଏଲୋନ ମସ୍କ। ଏଲୋନ ମସ୍କ ଏବଂ ଡୋନାଲ୍ଡ ଟ୍ରମ୍ପ ଘନିଷ୍ଠ ବନ୍ଧୁ ଅଟନ୍ତି।
ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସାଇବର ଟ୍ରକ କିପରି ବିସ୍ଫୋରଣ ହୋଇଛି ତାହା ଦୃଶ୍ୟମାନ ହେଉଛି। ସାଇବର ଟ୍ରକଟି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି।
ଲସ ଭେଗାସ ମହାନଗର ନିଗମର ପୋଲିସ ଶେରିଫ କେଭିନ ମ୍ୟାକମାହିଲ କହିଛନ୍ତି ଯେ ସାଇବର ଟ୍ରକ, ଟ୍ରମ୍ପଙ୍କ ହୋଟେଲ ସମେତ ଅନେକ ପ୍ରଶ୍ନ ରହିଛି, ଯେଉଁଥିପାଇଁ ଆମକୁ ଉତ୍ତର ଆବଶ୍ୟକ। ଏଫବିଆଇ ସ୍ପେଶାଲ ଏଜେଣ୍ଟ ଜେରେମି କହିଛନ୍ତି ଯେ ଏହା ଆତଙ୍କବାଦୀ ଘଟଣା କି ନୁହେଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ମୁଁ ଜାଣେ ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଏହା ଏକ ଆତଙ୍କବାଦୀ ଘଟଣା କି ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri