Posted inଜାତୀୟ

କେସ୍‌ ଲଢ଼ି ମନ୍ଦିରକୁ ସୁରକ୍ଷିତ ରଖିଲେ ମୁସଲମାନ ସମ୍ପ୍ରଦାୟ…

ନୂଆଦିଲ୍ଲୀ,୨୭।୯: ମନ୍ଦିରକୁ ହଟାଇ ସେଠାରେ ଆବାସିକ କମ୍ପ୍ଲେକ୍ସ୍‌ ନିର୍ମାଣ କରିବାକୁ ଚାହୁଁଥିବା ବିଲ୍ଡରଙ୍କୁ ଶେଷରେ ହାଇକୋର୍ଟରେ ଝଟ୍‌କା ଲାଗିଛି। ଏଠାରେ ବାସ କରୁଥିବା ମୁସଲମାନ୍‌ ସମ୍ପ୍ରଦାୟ ବିଲ୍ଡରଙ୍କ ବିରୋଧରେ ହାଇକୋର୍ଟରେ କେସ୍‌ ଲଢ଼ି ଶେଷରେ ମନ୍ଦିରକୁ ସୁରକ୍ଷିତ ରଖି ଭାଇଚାରାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଜାମିଆ ନଗରର ଓ୍ବାର୍ଡ ନମ୍ବର ୨୦୬ରେ ଏଭଳି ଘଟିଛି। ମନ୍ଦରର ଧର୍ମଶାଳାର କିଛି ଅଂଶ ଭାଙ୍ଗି ଏହାକୁ ବିଲ୍ଡର ନିଜ ଦଖଲକୁ ନେଇଥିଲେ। ମନ୍ଦିରଟି ୧୯୭୦ରେ ଏଠାରେ ନିର୍ମିତ ହୋଇଥିଲା।

ଡିଡିଏ ଲେ-ଆଉଟ୍‌ ପ୍ଲାନ୍‌ରେ ମଧ୍ୟ ମନ୍ଦିର ରହିଛି। ମନ୍ଦିର ହଟାଯିବାକୁ ବିରୋଧ କରି ଜାମିଆ ନଗର କମିଟି ଅଧ୍ୟକ୍ଷ ସୈୟଦ୍‌ ଫୈଜୁଲ ଅଜିମ୍‌ଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ମନ୍ଦିରର ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।

ସୂଚନାଯୋଗ୍ୟ, ସ୍ଥାନୀୟ ଅଞ୍ଚଳ ମୁସଲମାନ୍‌ ବହୁଳ। ଏଠାରେ ପ୍ରାୟ ୪୦ରୁ ୫୦ ହିନ୍ଦୁ ପରିବାର ବାସ କରୁଛନ୍ତି। ମନ୍ଦିରରେ ଦୀର୍ଘ ୫୦ ବର୍ଷଧରି ପୂଜାର୍ଚ୍ଚନା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri