ମୁସଲମାନ ପରିବାର କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର…

ପାଟନା, ୩।୭ : ଧର୍ମ ଅପେକ୍ଷା ମାନବିକତା ଅଧିକ ଗୁରୁତ୍ୱପୂର୍ଣ୍ଣ। ବିହାର ରାଜା ବଜାରର ସାବନପୁରାର ଏକ ମୁସଲମାନ ପରିବାର ଭାଇଚାରା ଏବଂ ସୌହାର୍ଦ୍ଦ୍ୟର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ରାମଦେବ ଶାହା ନାମକ ଜଣେ ହିନ୍ଦୁ ବୃଦ୍ଧଙ୍କ କୋକେଇକୁ ସଜାଇବା ପରେ ମୁସଲମାନ ପରିବାରର ସଦସ୍ୟମାନେ ତାଙ୍କୁ କାନ୍ଧେଇ ନେଇ ଶେଷ ରୀତିନୀତି ସମ୍ପନ୍ନ କରିଛନ୍ତି।

ସାବନପୁରାକୁ ରାମଦେବ ୨୫ ବର୍ଷ ପୂର୍ବେ ଅରମାନ ନାମକ ଜଣେ ମୁସଲମାନଙ୍କ ଦୋକାନରେ ଆସି ପହଞ୍ଚିଥିଲେ। ତାଙ୍କ ଅବସ୍ଥା ଅତ୍ୟନ୍ତ ଖରାପ ଥିଲା। ଦୟା ଦେଖାଇ ରାମଦେବଙ୍କୁ ଅରମାନ ନିଜ ଦୋକାନରେ କାମରେ ରଖିଥିଲେ। ରାମଦେବ ପାଠପଢ଼ିଥିଲେ। ସେ ଦୋକାନର ହିସାବ ରଖିବା କାମ କରୁଥିଲେ। ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାମଦେବ ଅରମାନ୍‌ଙ୍କ ପରିବାର ସଦସ୍ୟ ଭଳି ରହିଆସୁଥିଲେ।

ଗତ ଶୁକ୍ରବାର ୭୫ ବର୍ଷୀୟ ରାମଦେବଙ୍କ ଦେହାନ୍ତ ଘଟିଥିଲା। ଅରମାନଙ୍କ ପରିବାର ଏବଂ ଆଖପାଖର ମୁସଲମାନ ସମ୍ପ୍ରଦାୟର ଲୋକମାନେ ସହଯୋଗ କରି ରାମଦେବଙ୍କ ଅନ୍ତିମ ସଂସ୍କାର ପାଇଁ ଅଣ୍ଟା ଭିଡ଼ିଥିଲେ। ସେମାନେ କୋକେଇ ପ୍ରସ୍ତୁତ କରି କାନ୍ଧରେ ରାମଦେବ ମୃତଦେହକୁ ଶ୍ମଶାନକୁ ନେଇଥିଲେ। ଏହା ପରେ ହିନ୍ଦୁ ରୀତିନୀତି ଅନୁଯାୟୀ ଅନ୍ତିମ ସଂସ୍କାର କରାଯାଇଥିଲା। ରାମଦେବଙ୍କ ମୃତ୍ୟୁରେ ଅରମାନଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ରାମଦେବଙ୍କ ପରିବାରରେ କେହି ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri