Posted inଜାତୀୟ

ହନୁମାନ ନିର୍ମାଣ ପାଇଁ କୋଟି କୋଟି ଟଙ୍କାର ଜମି ଦାନ କଲେ ମୁସଲମାନ ବ୍ୟକ୍ତି

ବେଙ୍ଗାଲୁରୁ,୯।୧୨: କର୍ନାଟକର ବେଙ୍ଗାଲୁରୁରେ ଭାଇଚାରାର ଏକ ଅନନ୍ୟ ଉଦାହାରଣ ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ମୁସଲମାନ ସ୍ବେଚ୍ଛାକୃତ ଭାବରେ ଏକ ବୃହତ ହନୁମାନ ମନ୍ଦିର ନିର୍ମାଣ ପାଇଁ ତାଙ୍କ ଜମି ଦାନ କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ଜମିର ମୂଲ୍ୟ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ଛୋଟ ହନୁମାନ ମନ୍ଦିରରେ ଲୋକମାନେ ପୂଜା କରିବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେଠାରେ ପୂଜାପାଠ କରିବାକୁ ଭକ୍ତଙ୍କ ଭିଡ ଜମୁଥିଲା। ତେଣୁ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଏହି ପଦକ୍ଷେପ ନେଇଥିଲେ।
ମନ୍ଦିର ପାଇଁ ଦାନ କରିଥିବା ମୁସଲମାନ ବ୍ୟକ୍ତିଙ୍କ ନାମ ହେଉଛି ଏଚଏମଜି ବାଶା। ୬୫ ବର୍ଷିୟ ବାଶା କାର୍ଗୋ ବ୍ୟବସାୟ କରନ୍ତି। ସେ ବେଙ୍ଗାଲୁରୁର କାଡୁଗୋଡି ଅଞ୍ଚଳରେ ବାସ କରନ୍ତି। ବେଙ୍ଗାଲୁରୁର ମାୟଲାପୁରା ଅଞ୍ଚଳରେ ତାଙ୍କର ପ୍ରାୟ ୩ ଏକର ଜମି ଅଛି। ଆଜି ଏହି ଜମିର ମୂଲ୍ୟ କୋଟି କୋଟି ଟଙ୍କା। ତାଙ୍କ ଜମି ପାଖରେ ଏକ ପ୍ରାଚୀନ ହନୁମାନ ମନ୍ଦିର ଅଛି। ଏହି ମନ୍ଦିର ଉପରେ ଲୋକଙ୍କର ଅଦମ୍ୟ ବିଶ୍ୱାସ ରହିଛି । ତେଣୁ ପ୍ରତିଦିନ ବହୁ ସଂଖ୍ୟାରେ ଭକ୍ତ ସେଠାକୁ ଆସି ହନୁମାନଙ୍କୁ ପୂଜା କରନ୍ତି। ମନ୍ଦିର ଛୋଟ ଥିବାରୁ ଭକ୍ତମାନେ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ମନ୍ଦିର କମିଟି ମଧ୍ୟ ପୂର୍ବରୁ ମନ୍ଦିରର ସମ୍ପ୍ରସାରଣ ପାଇଁ ଯୋଜନା କରିଥିଲା। ଜମି ପାଇଁ ମନ୍ଦିର କମିଟି ବାଶାଙ୍କ ସହ କଥାବାର୍ତ୍ତା କରିବାକୁ ରାଜି ନ ଥିଲା। ନିକଟରେ ବାଶା ନିଜେ ଆସି ମନ୍ଦିର କମିଟିକୁ ଜମି ଦାନ କରିବାକୁ କହିଥିଲେ। ସ୍ଥାନୀୟ ଅଞ୍ଚଳରେ ତାଙ୍କ କାର୍ଯ୍ୟକୁ ପ୍ରଶଂସା କରୁଛନ୍ତି । ଲୋକେ ତାଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେବା ପାଇଁ ମନ୍ଦିର ଚାରିପାଖରେ ସେମାନଙ୍କର ପୋଷ୍ଟର ଏବଂ ବ୍ୟାନର ଲଗାଇଛନ୍ତି। ଏବେ ମନ୍ଦିରର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri