ଫେଲ୍‌ ହେବ ଆମେରିକାର ପ୍ଲାନ: ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଇ ପାରିବ ନାହିଁ ଆମେରିକା, ସଂସଦରେ ପ୍ରସ୍ତାବ ଆଣିବେ ଆମେରୀକୀୟ ମହିଳା ଏମପି

ଓ୍ବାଶିଂଟନ୍‌, ୧୫।୧୧: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେଉଥିବାବେଳେ ସାରା ଅଞ୍ଚଳ ଏବେ ଛାରଖାର ହୋଇଯାଇଛି। ଆମେରିକା ଇସ୍ରାଏଲକୁ ସମର୍ଥନ କରି ବିଭିନ୍ନ ଘାତକ ଅସ୍ତ୍ରଶସ୍ତ୍ର ସହ ଆର୍ଥିକ ପ୍ୟାକେଜ ଯୋଗେଇ ଦେଇ ଆସୁଛି। ଏନେଇ ଆମେରିକାରର ମୁସଲିମ ମହିଳା ଏମପି ଇଲହାନ ଓମାର ଏକ ବଡ ପଦକ୍ଷେପ ନେଇଛନ୍ତି। ସଂସଦରେ ଓମାର ଏକ ପ୍ରସ୍ତାବ ଆଗତ କରିବାକୁ ଯାଉଛନ୍ତି ଯାହାଦ୍ୱାରା ଆମେରିକାର ଇସ୍ରାଏଲର ପ୍ଲାନିଂରେ ବାଧା ଆସିପାରେ। ବାଇଡେନ ପ୍ରଶାସନ ସଂସଦରେ ଇସ୍ରାଏଲ ପାଇଁ ଘାତକ ବୋମା ଉପକରଣ ଉପଲବ୍ଧ କରିବା ପାଇଁ ମଲ୍ଟି-ମିଲିୟନ ଡଲାର ପ୍ୟାକେଜ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବକୁ ଅସ୍ବୀକାର କରିବା ପାଇଁ ଓମାର ଏହି ସପ୍ତାହରେ ପ୍ରସ୍ତାବ ଆଣିବେ। ଏନେଇ ଏକ ଅନ୍ତର୍ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ ପାଇଁ ୩୨୦ମିଲିୟନ ଡଲାରର ସହାୟତା ରାଶି ଘୋଷଣା କରିଛନ୍ତି। ଏହି କ୍ୟାକେଜକୁ ରୋକିବା ପାଇଁ ଓମର ବିଲ୍‌ ଆଗତ କରିବେ। ଏହି ବିଲ୍‌ ସମର୍ଥନରେ ଡେମୋକ୍ରାଟିକ ଏମପିମାନଙ୍କର ଏକ ସମୂହ ମଧ୍ୟ ସାମିଲ ହେବେ। ଯଦି ପ୍ରତିନିଧି ସଭା ଓ ସିନେଟ୍‌ରେ ଏହି ବିଲ୍‌ ପାରିତ ହୋଇଯାଏ ତେବେ ଆମେରିକା ଇସ୍ରାଏଲକୁ କୌଣସି ସହାୟତା ଯୋଗାଇ ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri