Posted inଜାତୀୟ

ଅପରେଶନ ଥିଏଟରରେ ହିଜାବ ପିନ୍ଧିବାକୁ ଅନୁରୋଧ କଲେ ମୁସଲମାନ ଛାତ୍ର, କଲେଜ କହିଲା ସମ୍ଭବ ନୁହେଁ

ଥିରୁଭାନନ୍ତପୁରମ,୨୮।୬: କର୍ନାଟକରୁ ଆରମ୍ଭ ହୋଇଥିବା ହିଜାବ ବିବାଦ ସୁପ୍ରିମକୋର୍ଟରେ ଶୁଣାଣି ପାଇଁ ବିଚାରାଧୀନ ରହିଛି ସତ, କିନ୍ତୁ ଏହି ବିବାଦ ଦେଶର ବିଭିନ୍ନ ରାଜ୍ୟରେ ମୁଣ୍ଡ ଟେକିଛି। ଏଭଳି ଏକ ମାମଲା ଏବେ କେରଳରେ ସାମ୍ନାକୁ ଆସିଛି। ଏଠାରେ ଥିରୁଭାନ୍ତପୁରମ ମେଡିକାଲ କଲେଜର ୭ଜଣ ମୁସଲମାନ ଛାତ୍ରୀ ପ୍ରିନସପାଲଙ୍କୁ ଅପରେଶନ ଥିଏଟରରେ ଲମ୍ବା ସ୍ଲିଭ ସ୍କ୍ରବ ଜ୍ୟାକେଟ ଏବଂ ସର୍ଜିକାଲ ହୁଡ ପିନ୍ଧିବାକୁ ଦାବି କରିଛନ୍ତି।
ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ଛାତ୍ରୀମାନେ ଏଥିପାଇଁ ହିଜାବ ପିନ୍ଧିବା ଜରୁରୀ ବୋଲି କହିଛନ୍ତି। ଛାତ୍ରୀମାନେ ହିଜାବର ବିକଳ୍ପ ଭାବରେ ଲମ୍ବା ସ୍ଲିଭ ସ୍କ୍ରବ ଜ୍ୟାକେଟ ଏବଂ ସର୍ଜିକାଲ ହୁଡ ପିନ୍ଧିବାକୁ ଅନୁମତି ଲୋଡିଛନ୍ତି। ଏହି ଦାବି ପାଇଁ ୭ଜଣ ଛାତ୍ରୀ କଲେଜ ପ୍ରଶାସନକୁ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ଅପରେସନ ଥିଏଟର ଭିତରେ ହିଜାବ ପିନ୍ଧିବାକୁ ଅନୁମତି ନ ଦେବା ନେଇ ଏକ ଚିଠି ଲେଖି ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri