Posted inଜାତୀୟ

ଭାଜପାକୁ ଭୋଟ ଦେଇଥିଲେ ମୁସଲିମ ମହିଳା, ଭାଉଜଙ୍କୁ ନିସ୍ତୁକ ଭାବେ ପିଟିଲେ ଦିଅର

ଭୋପାଳ,୯।୧୨: ମଧ୍ୟପ୍ରଦେଶର ସେହୋରରେ ଆଶ୍ଚର୍ଯ୍ୟ କରିଦେବା ଘଟଣା ସାମ୍ନାକୁ ଆସିଛି। ଜଣେ ମୁସଲମାନ ସମ୍ପ୍ରଦାୟର ମହିଳା ଭାଜପାକୁ ଭୋଟ ଦେଇଥିବାରୁ ତାଙ୍କ ଦିଅର ତାଙ୍କୁ ନିସ୍ତୁକ ଭାବେ ମାଡ ମାରିଛନ୍ତି। ଦିଅର ଜଣକ ତାଙ୍କୁ ଚାପୁଡା, ଗୋଇଠା ଓ ନିର୍ମମ ଭାବେ ବାଡିରେ ମଧ୍ୟ ମାରିଛନ୍ତି। ଏହାପରେ ମହିଳା ଜଣକ ନିଜ ବାପାଙ୍କୁ ସାଙ୍ଗରେ ନେଇ ଥାନାରେ ମାମଲା ରୁଜୁ କରିଛନ୍ତି। ପୋଲିସ ପାଖରେ ମାମଲା ରୁଜୁ କରିବା ସତ୍ତ୍ୱେ ଦିଅରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ସେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଦିଅରଙ୍କ ବିରୋଧରେ ମାରପିଟ କରିବା ଓ ଜୀବନରୁ ମାରିଦେବା ନେଇ ଧମକ ଦେଇଥିବା ଅଭିଯୋଗରେ ମାମଲା ରୁଜୁ କରିଛି।

ସେହୋରର ଅହମ୍ମଦପୁର ପୋଲିସ ଷ୍ଟେଶନର ବାରଖଡା ହାସନ ଗାଁରେ ଏପରି ଘଟଣା ଦେଖିବାକୁ ମିଳିଛି। ମୁସଲିମ ମହିଳା ଜଣକ ତାଙ୍କ ଦିଅର ଜାଭେଦ ଖାନଙ୍କ ଉପରେ ମାଡ ମାରିଥିବା ଅଭିଯୋଗ ଆଣିଛନ୍ତି।
ଘଟଣା ଅନୁଯାୟୀ, ମହିଳା ଜଣକ ଡିସେମ୍ବର ୪ ସଂଧ୍ୟା ୫ଟାରେ ନିର୍ବାଚନରେ ଭାଜପାର ବିଜୟକୁ ନେଇ ନିଜ ପିଲାଙ୍କ ସହ ଉତ୍ସବ କରୁଥିଲେ। ଏହି ସମୟରେ ଦିଅର ଆସି ଭାଜପାକୁ କାହିଁକି ଭୋଟ ଦେଲେ ବୋଲି ପ୍ରଶ୍ନ କରିଥିଲେ। ପ୍ରଶ୍ନ ଶୁଣି ମହିଳା ଜଣକ କହିଥିଲେ, ଏହା ମୋର ବ୍ୟକ୍ତିଗତ ଅଧିକାର। ଯେଉଁଠି ଚାହିଁବି ସେଇଠି ଭୋଟ ଦେବି। ଏହାପରେ ଦିଅର ତାଙ୍କୁ ଖରାପ ଶଦ୍ଦ କହିବା ସହ ମାରପିଟ କରିଥିଲେ। ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri