Posted inଜାତୀୟ

ହିନ୍ଦୁ ଯୁବକଙ୍କୁ ହତ୍ୟାକଲେ ମୁସଲମାନ ସ୍ତ୍ରୀଙ୍କ ଭାଇ

ହାଇଦ୍ରାବାଦ, ୬ା୫:ଜଣେ ମୁସଲମାନ ଯୁବତୀଙ୍କୁ ବିବାହ କରିଥିବା ହାଇଦ୍ରାବାଦର ହିନ୍ଦୁ ଯୁବକଙ୍କୁ ବୁଧବାର ରାତିରେ ସର୍ବସାଧାରଣରେ ପିଟି ହତ୍ୟା କରାଯାଇଛି। ଯୁବତୀଙ୍କ ଦୁଇ ସମ୍ପର୍କୀୟ ଭାଇ ଲୁହାରଡ୍‌ରେ ସମ୍ପୃକ୍ତ ଯୁବକଙ୍କୁ ପିଟୁଥିବାର ଭିଡିଓ ସିସିଟିଭିରେ କଏଦ ହୋଇଛି। ଘଟଣାସ୍ଥଳରେ ବହୁସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ ହେଁ ସେମାନେ ଅଭିଯୁକ୍ତଙ୍କୁ ଅଟକାଇବା ବଦଳରେ ହତ୍ୟାକାଣ୍ଡର ଫଟୋ ଓ ଭିଡିଓ କରୁଥିବା ଦେଖାଯାଇଛି।
ସୂଚନା ଅନୁସାରେ, ବି. ନାଗାରାଜୁ ଏବଂ ସୟଦ ଅଶ୍ରିନ୍‌ ସୁଲତାନା ପରସ୍ପରକୁ ପିଲାବେଳୁ ଭଲ ପାଉଥିଲେ। ପରିବାର ଲୋକଙ୍କ ବିରୋଧ ସତ୍ତ୍ୱେ ଉଭୟେ ୩ ମାସ ତଳେ ହାଇଦ୍ରାବାଦର ଆର୍ଯ୍ୟ ସମାଜ ମନ୍ଦିରରେ ବିବାହ କରିଥିଲେ। ବୁଧବାର ରାତି ପ୍ରାୟ ୮ଟା ୪୫ରେ ଉଭୟେ ଘରୁ ବାହାରି ଏକ ବାଇକ୍‌ ଯୋଗେ ଯାଉଥିବାବେଳେ ସରୁରନଗରରେ ୨ ଜଣ ବାଟରେ ଗାଡ଼ିକୁ ଅଟକାଇ ହଠାତ୍‌ ଲୁହାରଡ୍‌ରେ ନାଗାରାଜୁଙ୍କୁ ଆକ୍ରମଣ କରିଥିଲେ। ଅଶ୍ରିନ୍‌ ସୁଲତାନା ସ୍ବାମୀ ନାଗାରାଜୁଙ୍କୁ ରକ୍ଷା କରିବା ପାଇଁ ଅଭିଯୁକ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ହେଁ ପାରି ନ ଥିଲେ। କିଛି ସମୟ ପରେ ଘଟଣାସ୍ଥଳରେ ହିଁ ନାଗାରାଜୁଙ୍କ ମୃତ୍ୟୁ ଘଟିଥିଲା। ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣା ପରେ ସରୁରନଗରରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଭାଜପା କର୍ମୀମାନେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri