Posted inଜାତୀୟ

ହିନ୍ଦୁ ଯୁବକଙ୍କୁ ହତ୍ୟାକଲେ ମୁସଲମାନ ସ୍ତ୍ରୀଙ୍କ ଭାଇ

ହାଇଦ୍ରାବାଦ, ୬ା୫:ଜଣେ ମୁସଲମାନ ଯୁବତୀଙ୍କୁ ବିବାହ କରିଥିବା ହାଇଦ୍ରାବାଦର ହିନ୍ଦୁ ଯୁବକଙ୍କୁ ବୁଧବାର ରାତିରେ ସର୍ବସାଧାରଣରେ ପିଟି ହତ୍ୟା କରାଯାଇଛି। ଯୁବତୀଙ୍କ ଦୁଇ ସମ୍ପର୍କୀୟ ଭାଇ ଲୁହାରଡ୍‌ରେ ସମ୍ପୃକ୍ତ ଯୁବକଙ୍କୁ ପିଟୁଥିବାର ଭିଡିଓ ସିସିଟିଭିରେ କଏଦ ହୋଇଛି। ଘଟଣାସ୍ଥଳରେ ବହୁସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ ହେଁ ସେମାନେ ଅଭିଯୁକ୍ତଙ୍କୁ ଅଟକାଇବା ବଦଳରେ ହତ୍ୟାକାଣ୍ଡର ଫଟୋ ଓ ଭିଡିଓ କରୁଥିବା ଦେଖାଯାଇଛି।
ସୂଚନା ଅନୁସାରେ, ବି. ନାଗାରାଜୁ ଏବଂ ସୟଦ ଅଶ୍ରିନ୍‌ ସୁଲତାନା ପରସ୍ପରକୁ ପିଲାବେଳୁ ଭଲ ପାଉଥିଲେ। ପରିବାର ଲୋକଙ୍କ ବିରୋଧ ସତ୍ତ୍ୱେ ଉଭୟେ ୩ ମାସ ତଳେ ହାଇଦ୍ରାବାଦର ଆର୍ଯ୍ୟ ସମାଜ ମନ୍ଦିରରେ ବିବାହ କରିଥିଲେ। ବୁଧବାର ରାତି ପ୍ରାୟ ୮ଟା ୪୫ରେ ଉଭୟେ ଘରୁ ବାହାରି ଏକ ବାଇକ୍‌ ଯୋଗେ ଯାଉଥିବାବେଳେ ସରୁରନଗରରେ ୨ ଜଣ ବାଟରେ ଗାଡ଼ିକୁ ଅଟକାଇ ହଠାତ୍‌ ଲୁହାରଡ୍‌ରେ ନାଗାରାଜୁଙ୍କୁ ଆକ୍ରମଣ କରିଥିଲେ। ଅଶ୍ରିନ୍‌ ସୁଲତାନା ସ୍ବାମୀ ନାଗାରାଜୁଙ୍କୁ ରକ୍ଷା କରିବା ପାଇଁ ଅଭିଯୁକ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ହେଁ ପାରି ନ ଥିଲେ। କିଛି ସମୟ ପରେ ଘଟଣାସ୍ଥଳରେ ହିଁ ନାଗାରାଜୁଙ୍କ ମୃତ୍ୟୁ ଘଟିଥିଲା। ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣା ପରେ ସରୁରନଗରରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଭାଜପା କର୍ମୀମାନେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri