Posted inଜାତୀୟ

ମୁସଲମାନ ମହିଳା ଭରଣପୋଷଣ ପାଇପାରିବେ; ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୦ା୭: କ୍ରିମିନାଲ ପୋସିଜିଓର କୋଡ୍‌ (ସିଆର୍‌ପିସି)ର ଧାରା ୧୨୫ ଅନୁଯାୟୀ ମୁସଲମାନ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ପାଇବାକୁ ଆବେଦନ କରିପାରିବେ। ସୁପ୍ରିମକୋର୍ଟ ବୁଧବାର ଏକ ଐତିହାସିକ ରାୟରେ ଏହା କହିଛନ୍ତି। ଧର୍ମ ନିର୍ବିଶେଷରେ ସବୁ ବିବାହିତ ମହିଳାଙ୍କ କ୍ଷେତ୍ରରେ ଏହା କାର୍ଯ୍ୟକାରୀ ହୋଇପାରିବ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।

ତଲାକ ଦେଇଥିବା ସ୍ତ୍ରୀଙ୍କୁ ଅନ୍ତରୀଣ ଭରଣପୋଷଣ ଦେବା ପାଇଁ ମହମ୍ମଦ ଅବଦୁଲ ସମଦଙ୍କୁ ତେଲଙ୍ଗାନା ହାଇକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ସେ ଏହି ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ତଲାକ ପାଇଥିବା ମୁସଲମାନ ମହିଳା ଭରଣପୋଷଣ ପାଇବାକୁ ହକ୍‌ଦାର ନୁହନ୍ତି ବୋଲି ମହମ୍ମଦ ଯୁକ୍ତି ଦର୍ଶାଇଥିଲେ। ଜଷ୍ଟିସ୍‌ ବି.ଭି. ନାଗରତ୍ନା ଏବଂ ଅଗଷ୍ଟାଇନ୍‌ ଜର୍ଜ ମସିଙ୍କ ଖଣ୍ଡପୀଠ ମହମ୍ମଦଙ୍କ ପିଟିଶନକୁ ଖାରଜ କରିଦେବା ଅବସରରେ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ସବୁ ମହିଳାଙ୍କ କ୍ଷେତ୍ରରେ ସିଆର୍‌ପିସିର ଧାରା ୧୨୫ ଲାଗୁ ହେବ ବୋଲି ଜଷ୍ଟିସ୍‌ ନାଗରତ୍ନା ରାୟ ଘୋଣୋ କରିବା ବେଳେ କହିଥିଲେ। ମୁସଲମାନ ମହିଳା (ଛାଡ଼ପତ୍ର ଅଧିକାରର ସୁରକ୍ଷା) ଆଇନ ଧର୍ମନିରପେକ୍ଷ ଆଇନ ଉପରେ ଆଧିପତ୍ୟ ଜାହିର କରେନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ଭରଣପୋଷଣ ଦାତବ୍ୟ ନୁହେଁ, ବରଂ ବିବାହିତ ମହିଳାଙ୍କ ଅଧିକାର ଏବଂ ଏହା ଧର୍ମ ନିର୍ବିଶେଷରେ ସବୁ ବିବାହିତ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ।

ଫେବୃଆରୀ ୧୯ରେ ଖଣ୍ଡପୀଠ ଆବେଦନକାରୀଙ୍କ ଓକିଲ ଓ୍ବାସିମ୍‌ କାଦ୍ରିଙ୍କ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଥିଲେ। ସିଆର୍‌ସିସିର ଧାରା ୧୨୫ ତୁଳନାରେ ୧୯୮୬ର ଆଇନ ମହିଳାମାନଙ୍କ ପାଇଁ ଅଧିକ ଲାଭଦାୟକ ବୋଲି କାଦ୍ରି ଯୁକ୍ତି ଦର୍ଶାଇଥିଲେ। କୋର୍ଟଙ୍କୁ ଏହି ମାମଲାରେ ସହାୟତା କରିବା ପାଇଁ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଅମିକସ୍‌ କ୍ୟୁରି ନିଯୁକ୍ତ କରାଯାଇଥିଲା। ସୂଚନାଯୋଗ୍ୟ, ଶାହ ବାନୋ ମାମଲାରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟରେ ସିଆର୍‌ପିସିର ଧାରା ୧୨୫ ବ୍ୟବସ୍ଥା ମୁସଲମାନ ମହିଳାଙ୍କ ପାଇଁ ପ୍ରଯୁଜ୍ୟ ବୋଲି କହିଥିଲେ। ମୁସଲମାନ ମହିଳା (ଛାଡ଼ପତ୍ର ଅଧିକାର ସୁରକ୍ଷା) ଆଇନ, ୧୯୮୬ ଦ୍ୱାରା ଉକ୍ତ ରାୟକୁ ରଦ୍ଦ କରିଦେଇଥିବାବେଳେ ୨୦୦୧ରେ ଆଇନର ବୈଧତା କାଏମ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?