ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି ଗ୍ରାମରେ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ କହିଛି। ମୃତକ ରାନିପୁର ଗ୍ରାମର ପପ୍ପୁ ଅନ୍‌ସାରୀ ବୋଲି ଜଣାପଡିଛି। ଆକ୍ରମଣକାରୀମାନେ ପପ୍ପୁଙ୍କ ବିରୋଧରେ ଗୋରୁ ଚୋରି ଅଭିଯୋଗ ଆଣିଥିଲେ। ଅନ୍ୟପକ୍ଷେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।