ଇସ୍ରାଏଲ ବିରୋଧରେ ଏକଜୁଟ ହେଉଛନ୍ତି ସମଗ୍ର ବିଶ୍ୱର ମୁସଲମାନ, ସାଉଦି ଆରବରେ ହେବ ୫୭ ଦେଶର ଜରୁରୀକାଳୀନ ବୈଠକ; ଜାଣନ୍ତୁ…

ଜେରୁଜେଲମ,୧୮।୧୦: ଗତ ୧୧ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ଯୁଦ୍ଧ ପରେ ସମଗ୍ର ବିଶ୍ୱର ମୁସଲମାନମାନେ ଇସ୍ରାଏଲ ବିରୋଧରେ ଏକଜୁଟ ହେଉଛନ୍ତି। ଗାଜା ଉପରେ ଲଗାତାର ଭାବେ ହେଉଥିବା ଆକ୍ରମଣକୁ ନେଇ ସାଉଦି ଆରବ ଆଇଓସିର ଜରୁରିକାଳୀନ ବୈଠକ ଡକାଇଛି। ସାଉଦି ଆରବର ଅନୁରୋଧ ପରେ ୫୭ ଇସଲାମିକ ଦେଶର ସଂଗଠନ ଆଇଓସି ଏହି ବୈଠକ ଡକାଯାଇଥିବା ନେଇ ବୟାନ ଜାରି କରିଛି। ୟେଦାରେ ହେବାକୁ ଥିବା ଏହି ବୈଠକରେ ଗାଜାରେ ଇସ୍ରାଇଲର ସାମରିକ ଆକ୍ରମଣ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

ତେବେ ଯୁଦ୍ଧ ଲାଗି ଓଆଇସି ଇସ୍ରାଏଲକୁ ଦାୟୀ କରିଛି। ପାଲେଷ୍ଟାଇନବାସୀ ଉପରେ ଆକ୍ରମଣକୁ ଇସ୍ରାଏଲ ତୁରନ୍ତ ବନ୍ଦ କରିବା ଉଚିତ। ଏଥିରେ ଅନ୍ତର୍ଜାତୀୟ ସମ୍ପ୍ରଦାୟ ହସ୍ତକ୍ଷେପ କରିବା ଉଚିତ ବୋଲି ସଂଗଠନ କହିଛି।

ପ୍ରକାଶ ଯେ, ଅକ୍ଟୋବର ୭ରେ ହମାସର ଅତର୍କିତ ଆକ୍ରମଣ ପରେ ଇସ୍ରାଏଲ ଗାଜା ଉପରେ ଆକ୍ରମଣକୁ ଜୋରଦାର କରିଥିଲା। ଏଯାବତ ହମାସ ଆକ୍ରମଣରେ ଇସ୍ରାଏଲରେ ୧୪୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଜାରେ ମଧ୍ୟ ୩୦୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଗତ ଶନିବାର ଗାଜାର ଲୋକମାନଙ୍କୁ ଅଞ୍ଚଳକୁ ୨୪ ଘଣ୍ଟା ମଧ୍ୟରେ ଖାଲି କରିବା ଲାଗି ଇସ୍ରାଇଲ ଧମକ ଦେଇଥିଲା। ଓଆଇସି ଏହାକୁ ନିନ୍ଦା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri