Posted inଜାତୀୟ

ମୁସଲମାନଙ୍କ ଶକ୍ତି ନାହିଁ ତେଣୁ ଗୁଳି କରାଯାଉଛି: ଓଓ୍ବାଇସି

ଲକ୍ଷ୍ନୌ,୧।୫: ଉତ୍ତରପ୍ରଦେଶରେ ମେ ୪ ଏବଂ ୧୧ରେ ନଗରନିଗମ ନିର୍ବାଚନ ହେବାକୁ ଯାଉଛି। ତେବେ ଏଥିପାଇଁ ସୋମବାର ଅଲ୍‌ ଇଣ୍ଡିଆ ମଜଲିସ-ଏ-ମୁସଲିମିନର ମୁଖ୍ୟ ଅସଦୁଦ୍ଦିନ୍‌ ଓଓ୍ବାଇସି ମୋରାଦାବାଦର ଉମରି କଲା ନଗର ପଞ୍ଚାୟତରେ ପ୍ରଚାର କରିଛନ୍ତି।

ଜେଲରୁ ମୁକ୍ତ ହୋଇଥିବା ଆନନ୍ଦ ମୋହନ ଏବଂ ଅତିକ ଅହମ୍ମଦଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ସେ କହିଛନ୍ତି, ଆନନ୍ଦ ମୋହନଙ୍କୁ ମୁକ୍ତ କରାଯାଇଛି କାରଣ ତାଙ୍କ ପାଇଁ ବହୁତ ଲୋକ ଛିଡା ହୋଇଯିବେ। ମୁସଲମାନମାନଙ୍କର କୌଣସି ଶକ୍ତି ନାହିଁ ତେଣୁ ସେମାନଙ୍କୁ ପୋଲିସ ହେପାଜତରେ ଗୁଳି କରାଯାଉଛି। ଯଦି ମୁସଲମାନ ରାଜନୈତିକ କ୍ଷମତାରେ ଥାଆନ୍ତେ, ତା’ହେଲେ କାହାର ବି ଗୁଳି କରିବାକୁ ସାହାସ ହୋଇ ନ ଥା’ନ୍ତା ।

ଗାନ୍ଧୀଙ୍କ ହତ୍ୟାକାରୀଙ୍କୁ କାହିଁକି ପୋଲିସ ହେପାଜତରେ ଗୁଳି ମରାଯାଇଥିଲା। ଅଜମଲ କସାବଙ୍କ ସମୟରେ ଆଇନ୍‌ ମନେ ନ ଥିଲା। ପୋଲିସ ହେପାଜତରେ ଥାଇ ବି ତାଙ୍କୁ ଗୁଳି ମରାଯାଉଛିି। କିନ୍ତୁ ପୋଲିସ କିଛି କରିପାରୁନି। ଯିଏ ଅତିିଫ-ଅଶ୍ରଫଙ୍କୁ ଗୁଳି ଚଳାଇଥିଲା ତାଙ୍କ ଘରକୁ ବୁଲଡୋଜର ଚଳାଗଲା ନାହିଁ କାହିଁକି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri