Posted inଜାତୀୟ

ମୁସଲମାନ୍‌ ଧର୍ମଗୁରୁଙ୍କୁ ଗୁଳି କରି ହତ୍ୟା…

ନାସିକ, ୬।୭ : ମହାରାଷ୍ଟ୍ରର ନାସିକରୁ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଜଣେ ମୁସଲମାନ ଧର୍ମଗୁରୁଙ୍କୁ ହତ୍ୟା କରାଯାଇଥିଲା। ଆକ୍ରମଣକାରୀମାନେ ତାଙ୍କ ମୁଣ୍ଡରେ ଗୁଳି ଚଳାଇଥିବା ପୋଲିସ କହିଛି। ଏହି ଘଟଣାରେ ପୋଲିସ କହିଛି ଯେ ଚାରି ଜଣ ଅଜ୍ଞାତ ଆକ୍ରମଣକାରୀ ଏହି କାଣ୍ଡ ଭିଆଇଛନ୍ତି। ସେମାନଙ୍କର ସନ୍ଧାନ ଜାରି ରହିଛି। ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି। ଏହି ଘଟଣା ନାଦିକ ଜିଲାର ୟଓ୍ବେଲାଠାରେ ଘଟିଛି।

ନ୍ୟୁଜ୍‌ ଏଜେନ୍ସି ପିଟିଆଇ ଅନୁଯାୟୀ ମୃତକଙ୍କ ନାମ ଖ୍ବାଜା ସୟଦ ଚିସ୍ତି ଏବଂ ସେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସୁଫି ବାବା ଭାବରେ ଜଣାଶୁଣା ଥିଲେ। ୩୫ ବର୍ଷୀୟ ସୁଫି ବାବା ଆଫଗାନିସ୍ତାନର ଥିଲେ। ୟଓ୍ବେଲାର ଏମଆଇଡିସି ଅଞ୍ଚଳରେ ଅବସ୍ଥିତ ଏକ ଖୋଲା ପଡ଼ିଆରେ ଆକ୍ରମଣକାରୀମାନେ ଚିସ୍ତି ବାବାଙ୍କୁ ଗୁଳି ଚଳାଇଥିଲା। ରିପୋର୍ଟ ଅନୁଯାୟୀ ହତ୍ୟାକାଣ୍ଡର କାରଣ ଜଣା ପଡି ନାହିଁ ବୋଲି ପୋଲିସ କହିଛି।

ଆକ୍ରମଣକାରୀମାନେ ତାଙ୍କ ଏସୟୁଭି ଗାଡି ନେଇ ସୁଫି ବାବାଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରୁ ପଳାଇଥିଲେ। ଆକ୍ରମଣକାରୀଙ୍କ ଦ୍ୱାରା ବ୍ୟବହୃତ ଏକ ଏସୟୁଭି ଜବତ କରାଯାଇଛି। ଏହି ସମଗ୍ର ଘଟଣାର ତଦନ୍ତ ଆରମ୍ଭ ହୋଇଛି ଏବଂ ସବୁ ଦିଗରୁ ଅନୁସନ୍ଧାନ କରାଯାଉଛି।

ୟଓ୍ବେଲା ପୋଲିସ ଷ୍ଟେଶନରେ ଏକ ହତ୍ୟା ମାମଲା ରୁଜୁ ହୋଇଛି ଏବଂ ହତ୍ୟାକାରୀଙ୍କୁ ଧରିବା ପାଇଁ ପୋଲିସ କ୍ରମାଗତ ଭାବେ ଉଦ୍ୟମ ଜାରି ରଖିଛି। ପୋଲିସ ଅଧିକାରୀ କହିଛନ୍ତି ଯେ ଆକ୍ରମଣକାରୀମାନେ ସୁଫି ବାବାଙ୍କ କପାଳରେ ଗୁଳି କରଥିଲେ।ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri