Posted inଜାତୀୟ

ମୁସଲମାନ୍‌ ଧର୍ମଗୁରୁଙ୍କୁ ଗୁଳି କରି ହତ୍ୟା…

ନାସିକ, ୬।୭ : ମହାରାଷ୍ଟ୍ରର ନାସିକରୁ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଜଣେ ମୁସଲମାନ ଧର୍ମଗୁରୁଙ୍କୁ ହତ୍ୟା କରାଯାଇଥିଲା। ଆକ୍ରମଣକାରୀମାନେ ତାଙ୍କ ମୁଣ୍ଡରେ ଗୁଳି ଚଳାଇଥିବା ପୋଲିସ କହିଛି। ଏହି ଘଟଣାରେ ପୋଲିସ କହିଛି ଯେ ଚାରି ଜଣ ଅଜ୍ଞାତ ଆକ୍ରମଣକାରୀ ଏହି କାଣ୍ଡ ଭିଆଇଛନ୍ତି। ସେମାନଙ୍କର ସନ୍ଧାନ ଜାରି ରହିଛି। ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି। ଏହି ଘଟଣା ନାଦିକ ଜିଲାର ୟଓ୍ବେଲାଠାରେ ଘଟିଛି।

ନ୍ୟୁଜ୍‌ ଏଜେନ୍ସି ପିଟିଆଇ ଅନୁଯାୟୀ ମୃତକଙ୍କ ନାମ ଖ୍ବାଜା ସୟଦ ଚିସ୍ତି ଏବଂ ସେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସୁଫି ବାବା ଭାବରେ ଜଣାଶୁଣା ଥିଲେ। ୩୫ ବର୍ଷୀୟ ସୁଫି ବାବା ଆଫଗାନିସ୍ତାନର ଥିଲେ। ୟଓ୍ବେଲାର ଏମଆଇଡିସି ଅଞ୍ଚଳରେ ଅବସ୍ଥିତ ଏକ ଖୋଲା ପଡ଼ିଆରେ ଆକ୍ରମଣକାରୀମାନେ ଚିସ୍ତି ବାବାଙ୍କୁ ଗୁଳି ଚଳାଇଥିଲା। ରିପୋର୍ଟ ଅନୁଯାୟୀ ହତ୍ୟାକାଣ୍ଡର କାରଣ ଜଣା ପଡି ନାହିଁ ବୋଲି ପୋଲିସ କହିଛି।

ଆକ୍ରମଣକାରୀମାନେ ତାଙ୍କ ଏସୟୁଭି ଗାଡି ନେଇ ସୁଫି ବାବାଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରୁ ପଳାଇଥିଲେ। ଆକ୍ରମଣକାରୀଙ୍କ ଦ୍ୱାରା ବ୍ୟବହୃତ ଏକ ଏସୟୁଭି ଜବତ କରାଯାଇଛି। ଏହି ସମଗ୍ର ଘଟଣାର ତଦନ୍ତ ଆରମ୍ଭ ହୋଇଛି ଏବଂ ସବୁ ଦିଗରୁ ଅନୁସନ୍ଧାନ କରାଯାଉଛି।

ୟଓ୍ବେଲା ପୋଲିସ ଷ୍ଟେଶନରେ ଏକ ହତ୍ୟା ମାମଲା ରୁଜୁ ହୋଇଛି ଏବଂ ହତ୍ୟାକାରୀଙ୍କୁ ଧରିବା ପାଇଁ ପୋଲିସ କ୍ରମାଗତ ଭାବେ ଉଦ୍ୟମ ଜାରି ରଖିଛି। ପୋଲିସ ଅଧିକାରୀ କହିଛନ୍ତି ଯେ ଆକ୍ରମଣକାରୀମାନେ ସୁଫି ବାବାଙ୍କ କପାଳରେ ଗୁଳି କରଥିଲେ।ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?