Odisha Elections 2024
Posted inଜାତୀୟ

ନିଶ୍ଚିତ ବିଜୟ ଆସନରୁ ଲଢ଼ିବା ଜରୁରୀ: ଶରଦ ପାଓ୍ବାର…

ମୁମ୍ବାଇ,୮।୬ : ଏନସିପି ମୁଖ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ପାୱାର ଔରଙ୍ଗାବାଦରେ କହିଛନ୍ତି ରାଜନୈତିକ ଦଳମାନେ ପ୍ରଥମେ କେଉଁ ଆସନ ଜିତିବେ ସେନେଇ ନିଶ୍ଚିତ ହେବା ପରେ ନିବ;ାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଆକଳନ କରିବା ଉଚିତ। କିନ୍ତୁ ଏହା ମଧ୍ୟ ମନେ ରଖିବା ଉଚିତ ଯଦି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି, ତା’ହେଲେ ତାଙ୍କର ଉପସ୍ଥିତି ଶାସକ ଦଳମାନଙ୍କୁ ଯେପରି କୌଣସି ପ୍ରକାରେ ସାହାଯ୍ୟ ନ କରେ।

ସେହିଭଳି ଯେତେବେଳେ ତାଙ୍କୁ ପଚରାଗଲା କୌଣସି ରାଜନୈତିକ ଦଳ ରାଜ୍ୟର ପ୍ରତ୍ୟେକ ଭାଗରେ ନିର୍ବାଚନ ଲଢ଼ିବା ସ୍ଥିତିରେ ନାହାଁନ୍ତି ଏବଂ ଏହା ଦଳର ଦୁର୍ବଳତାର ସଙ୍କେତ ଅଟେ କି? ଏହା ଉପରେ ଏନସିପି ସଭାପତି କହିଛନ୍ତି ଦଳମାନେ ଯେକୌଣସି ଆସନରୁ ନିର୍ବାଚନ ଲଢ଼ିପାରିବେ, କିନ୍ତୁ ସେମାନେ କାହିଁକି ଏପରି କରୁଛନ୍ତି ତାହା ପ୍ରଥମେ ଚିନ୍ତା କରିବା ଉଚିତ। ଦଳଗୁଡିକ ପ୍ରଥମେ ସିଟରେ ପ୍ରତିଦ୍ୱନ୍ଦ୍ୱିତା କରି ଶାସକ ଦଳକୁ ସାହାଯ୍ୟ କରୁଛନ୍ତି କି ନାହିଁ ତାହା ଯାଞ୍ଚ କରିବା ଜରୁରୀ। ଯେଉଁ ସ୍ଥାନରୁ ସେମାନେ ଜିତିବା ନିଶ୍ଚିତ ସେମାନଙ୍କୁ ଏଭଳି ସିଟ ଉପରେ ଧ୍ୟାନ ଦେବାକୁ ପଡିବ। କାରଣ ଏହା ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ।

ବାସ୍ତବରେ ଆସନ୍ତା ବର୍ଷ ମେ ୨୦୨୪ ରେ ଲୋକସଭା ନିର୍ବାଚନ ହେବାକୁ ଥିବାବେଳେ ଆସନ୍ତା ବର୍ଷ ନଭେମ୍ବର-ଡିସେମ୍ବରରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବ। ଏଭଳି ପରିସ୍ଥିତିରେ ଶିବସେନା (ୟୁବିଟି), ଏନସିପି ଏବଂ କଂଗ୍ରେସର ମହା ବିକାଶ ଅଘାଡି (ଏମଭିଏ) ମିଳିତ ଭାବେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଥିବାବେଳେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଏବଂ ଭାଜପା ଏକାଠି ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri