‘ଗଣମାଧ୍ୟମ କ୍ଷେତ୍ରରେ ଜଡ଼ିତ ମହିଳାଙ୍କ ଅଧିକାରକୁ ସୁରକ୍ଷା ଦେବା ଜରୁରୀ’

ଭୁବନେଶ୍ୱର,୪ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ ତଥା କାର୍ଯ୍ୟରତ ମହିଳାମାନଙ୍କୁ ନେଇ ‘ଓଡ଼ିଶା ଓ୍ବିମେନ ଇନ୍‌ ମିଡିଆ’(ଓଡବ୍ଲ୍ୟୁଏମ୍‌) ଶନିବାର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ଉନ୍ମୋଚିତ ହୋଇଛି।

ଏହା ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ବେଳେ ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ ଏବଂ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଶ୍ରୀମତୀ ମିନତୀ ବେହେରା ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ।
ଗଣମାଧ୍ୟମରେ କାର୍ଯ୍ୟରତ ମହିଳାମାନେ ନିଜ ନିଜ ସମସ୍ୟା ଏବଂ ବୃତ୍ତିଗତ କାର୍ଯ୍ୟଧାରା ସମ୍ପର୍କରେ ଆଲୋଚନା କରିବା ସହ ନୈତିକ ମୂଲ୍ୟବୋଧକୁ ପ୍ରୋତ୍ସାହନ ଦେବା ଏବଂ ଲିଙ୍ଗଗତ ସମାନତାରେ କାର୍ଯ୍ୟ କରିବା ଏହି ଟ୍ରଷ୍ଟର ଉଦ୍ଦେଶ୍ୟ ରହିଛି ବୋଲି ଶ୍ରୀମତୀ ଦାସ କହିଥିଲେ। ଏତଦ୍‌ବ୍ୟତୀତ ବିଭିନ୍ନ ଗଣମାଧ୍ୟମ ଏବଂ ଲୋକସମ୍ପର୍କ କ୍ଷେତ୍ରରେ ଜଡ଼ିତ କାର୍ଯ୍ୟରତ ମହିଳାଙ୍କ ଅଧିକାରକୁ ସୁରକ୍ଷା ଦେବା ଏହି ଟ୍ରଷ୍ଟର ମୁଖ୍ୟ ଉଦ୍ଦେଶ୍ୟ।

ଶିକ୍ଷା ଓ ଅନୁସନ୍ଧାନ(ସୋଆ) କ୍ୟାମ୍ପସ୍‌-୨ର କନ୍‌ଭେନ୍‌ସନ ହଲ୍‌ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ଅଧ୍ୟକ୍ଷା କସ୍ତୁରୀ ରାୟ, ଉପାଧ୍ୟକ୍ଷା ଶ୍ରୀମତୀ ଶାରଦା ଲାହଙ୍ଗୀର, ସମ୍ପାଦିକା ମିନତୀ ସିଂଙ୍କ ସମେତ ଟ୍ରଷ୍ଟର ସଦସ୍ୟ ଏବଂ ଶତାଧିକ କାର୍ଯ୍ୟରତ ମହିଳା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri