ମୁଥୁଟ ଫାଇନାନ୍ସର ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମୁଥୁଟ ଗ୍ରୁପର ପ୍ରମୁଖ କମ୍ପାନୀ ‘ମୁଥୁଟ ଫାଇନାନ୍ସ’ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ମୁଥୁଟ ସ୍ମାର୍ଟ ଅଙ୍ଗନଓ୍ବାଡି ସେଣ୍ଟର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ହରିୟାଣାର ରଓ୍ବୋରୀସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଘଟାଲ ମହାନିବାସଠାରେ ଏହି ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଥୁଟ ଗ୍ରୁପର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡର ଜର୍ଜ ମୁଥୁଟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିପିଓ (ଆଇସିଡିସି) ଶାଲୁ ଯାଦବଙ୍କ ସମେତ ମୁଥୁଟ, ଆଇସିଡିସି, ସ୍କୁଲ ଏବଂ ଅଙ୍ଗନଓ୍ବାଡି କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ମୁଥୁଟ ଗ୍ରୁପର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସଆର କାର୍ଯ୍ୟକ୍ରମ ଅଧୀନରେ ଏହି ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ରର ନବୀକରଣ ସହିତ ଅତ୍ୟାବଶ୍ୟକ ପାଠ୍ୟ ସାମଗ୍ରୀ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଉତ୍ପାଦ ମଧ୍ୟ ମୁଥୁଟ ପକ୍ଷରୁ ଯୋଗାଇ ଦିଆଯାଇଥିଲା।
ଏ ସମ୍ପର୍କରେ ମୁଥୁଟ ଗ୍ରୁପର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡର ଜର୍ଜ ମୁଥୁଟ କହିଥିଲେ, ଆମେ ଆମର କାର୍ଯ୍ୟ ପରିସର ଅଞ୍ଚଳ ମଧ୍ୟରେ ସାମଗ୍ରିକ ବିକାଶ ସହିତ ସଶକ୍ତୀକରଣକୁ ମଧ୍ୟ ଗୁରୁତ୍ୱ ଦେଉଛି। ବିଶେଷ କରି ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଆମେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ସାଙ୍ଗକୁ ସଚେତନତା ଶିବିରର ଆୟୋଜନ କରି ସମାଜର ହିତ ସାଧନ ପାଇଁ ଆବଶ୍ୟକ ପ୍ରୟାସ କରିଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri