ମୁଥୁଟ ଫାଇନାନ୍ସର ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମୁଥୁଟ ଗ୍ରୁପର ପ୍ରମୁଖ କମ୍ପାନୀ ‘ମୁଥୁଟ ଫାଇନାନ୍ସ’ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ମୁଥୁଟ ସ୍ମାର୍ଟ ଅଙ୍ଗନଓ୍ବାଡି ସେଣ୍ଟର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ହରିୟାଣାର ରଓ୍ବୋରୀସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଘଟାଲ ମହାନିବାସଠାରେ ଏହି ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଥୁଟ ଗ୍ରୁପର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡର ଜର୍ଜ ମୁଥୁଟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିପିଓ (ଆଇସିଡିସି) ଶାଲୁ ଯାଦବଙ୍କ ସମେତ ମୁଥୁଟ, ଆଇସିଡିସି, ସ୍କୁଲ ଏବଂ ଅଙ୍ଗନଓ୍ବାଡି କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ମୁଥୁଟ ଗ୍ରୁପର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସଆର କାର୍ଯ୍ୟକ୍ରମ ଅଧୀନରେ ଏହି ଅତ୍ୟାଧୁନିକ ଅଙ୍ଗନଓ୍ବାଡି କେନ୍ଦ୍ରର ନବୀକରଣ ସହିତ ଅତ୍ୟାବଶ୍ୟକ ପାଠ୍ୟ ସାମଗ୍ରୀ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଉତ୍ପାଦ ମଧ୍ୟ ମୁଥୁଟ ପକ୍ଷରୁ ଯୋଗାଇ ଦିଆଯାଇଥିଲା।
ଏ ସମ୍ପର୍କରେ ମୁଥୁଟ ଗ୍ରୁପର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡର ଜର୍ଜ ମୁଥୁଟ କହିଥିଲେ, ଆମେ ଆମର କାର୍ଯ୍ୟ ପରିସର ଅଞ୍ଚଳ ମଧ୍ୟରେ ସାମଗ୍ରିକ ବିକାଶ ସହିତ ସଶକ୍ତୀକରଣକୁ ମଧ୍ୟ ଗୁରୁତ୍ୱ ଦେଉଛି। ବିଶେଷ କରି ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଆମେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ସାଙ୍ଗକୁ ସଚେତନତା ଶିବିରର ଆୟୋଜନ କରି ସମାଜର ହିତ ସାଧନ ପାଇଁ ଆବଶ୍ୟକ ପ୍ରୟାସ କରିଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri