ମୁଥୁଟ୍‌ ସ୍ମାର୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୭।୧୦ (ଅନୁରାଧା ମହାରଣା):ଉତ୍ତରପ୍ରଦେଶସ୍ଥିତ ଗାଜିଆବାଦରେ ମୁଥୁଟ୍‌ ଗ୍ରୁପ୍‌ ପକ୍ଷରୁ ୩ଟି ସ୍ମାର୍ଟ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ଶୁଭାରମ୍ଭ କରାଯାଇଛି। ନିକଟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଥୁଟ୍‌ ଗ୍ରୁପର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡାର ଜର୍ଜ ଏହାର ଉଦ୍‌ଘାଟନ କରିଥିଲେ । ୩ରୁ ୬ବର୍ଷର ଶିଶୁଙ୍କ ବୌଦ୍ଧିକ ବିକାଶ ସହ ଗୁଣାମତ୍କ ଶିକ୍ଷା ପ୍ରଦାନ ପାଇଁ ମୁଥୁଟ୍‌ ଫାଇନାନ୍ସ ପକ୍ଷରୁ ପ୍ରୟାସ କରାଯାଉଥିବା ଆଲେକଜାଣ୍ଡାର କହିଛନ୍ତି। ସେହିପରି ବିଏସ୍‌ସି ନର୍ସିଂ, ବି.ଟେକ୍‌ ଏବଂ ଏମ୍‌ବିବିଏସ୍‌ ପଢ଼ୁଥିବା ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ୩୦ ହଜାରରୁ ୬୦ ହଜାର ଟଙ୍କାର ସ୍କଲାରଶିପ୍‌ ପ୍ରଦାନ କରାଯାଉଛି। କାର୍ଯ୍ୟକ୍ରମରେ ଗାଜିଆବାଦର ଡିଷ୍ଟ୍ରିକ୍ଟ ପ୍ରୋଗ୍ରାମ ଅଫିସର ଶଶୀ ବର୍ସନୀ ଯୋଗଦେଇ ନୂତନ କରି ଆରମ୍ଭ ହୋଇଥିବା ଏହି ମୁଥୁଟ୍‌ ସ୍ମାର୍ଟ ଅଙ୍ଗନଓ୍ବାଡ଼ିରେ ପ୍ରାପ୍ତ ହେବାକୁ ଥିବା ସୁବିଧାସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ। ରଙ୍ଗିନ ଆସବାବପତ୍ର ସହ ଏଲ୍‌ଇଡି, ଅନ୍ୟାନ୍ୟ ଶିକ୍ଷଣ ସାମଗ୍ରୀ, ଖେଳଣା ଆଦି ପିଲାଙ୍କୁ ପାଠପଢ଼ା ପ୍ରତି ଆକର୍ଷିତ କରିବ ବୋଲି ସେ ଆଶା ପ୍ରକାଶ କରିଥିଲେ। ଆର୍ଥିକ ସ୍ବଚ୍ଛଳ ନଥିବା ପରିବାର ନିଜ ପିଲାଙ୍କୁ ପ୍ଲେ ସ୍କୁଲ ପରିବର୍ତ୍ତେ ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ପଠାଇ ସମାନ ସୁବିଧା ପାଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri