Posted inଖେଳ

ମୁରଲୀଧରନଙ୍କ ଭବିଷ୍ୟବାଣୀ: ଏହି ବୋଲର୍‌ ହିଁ ଭାଙ୍ଗିପାରିବ ମୋ ରେକର୍ଡ  

ଶ୍ରୀଲଙ୍କାର ମହାନ ସ୍ପିନର ମୁଥିଆ ମୁରଲୀଧରନ ବିଶ୍ୱର ସର୍ବଶ୍ରେଷ୍ଠ ବୋଲର୍‌। ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ୮୦୦ ଉଇକେଟ୍‌ ନେଇଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଆଜିକାଲି କ୍ରିକେଟର୍‌ଙ୍କ ପାଇଁ ବେଶ୍‌ କଷ୍ଟସାଧ୍ୟ। ତେବେ ମୁରଲୀଧରନ ବିଶ୍ୱାସ କରନ୍ତି ଯେ, ବର୍ତ୍ତମାନ ପିଢିିର ସ୍ପିନରଙ୍କ ମଧ୍ୟରେ ଭାରତୀୟ ସ୍ପିନର୍‌ ରବିଚନ୍ଦ୍ରନ ଅଶ୍ୱିନ କେବଳ ତାଙ୍କ ରେକର୍ଡ ଭାଙ୍ଗିବାରେ ସକ୍ଷମ ଅଟନ୍ତି। ଅଷ୍ଟ୍ରେଲିଆର ନାଥାନ ଲିଅନ ସେଠାରେ ପହଞ୍ଚିବାରେ ସକ୍ଷମ ନୁହଁନ୍ତି ବୋଲି ସେ କହିଛନ୍ତି। ଟେଷ୍ଟ କ୍ରିକେଟରେ ମୁରଲୀଧରନଙ୍କ ସର୍ବାଧିକ ୮୦୦ ଉଇକେଟ ଥିବାବେଳେ ସେନ୍‌ ୱାର୍ଣ୍ଣ (୭୦୮) ଦ୍ୱିତୀୟ ଏବଂ ଅନିଲ କୁମ୍ବଲେ (୬୧୯) ତୃତୀୟ ସ୍ଥାନରେ ଅଛନ୍ତି। ଏକ ସାକ୍ଷାତକାରରେ ମୁରଲୀଧରନ କହିଛନ୍ତି, ଅଶ୍ୱିନଙ୍କ ନିକଟରେ ତାଙ୍କ ରେକର୍ଡ ଭାଙ୍ଗିବାର ଏକ ସୁଯୋଗ ରହିଛି କାରଣ ସେ ଜଣେ ମହାନ ବୋଲର ଅଟନ୍ତି। ତାଙ୍କ ବ୍ୟତୀତ ଅନ୍ୟ କୌଣସି ବୋଲର ୮୦୦ ରେ ପହଞ୍ଚି ପାରିବେ ନାହିଁ। ଅଷ୍ଟ୍ରେଲିଆ ସ୍ପିନର ନାଥନ ଲିଅନଙ୍କର ସେହି ଦକ୍ଷତା ନାହିଁ। ୭୪ ଟେଷ୍ଟରେ ଅଶ୍ୱିନ ୩୭୭ ଉଇକେଟ ନେଇଥିବାବେଳେ ନାଥନ ୯୯ ଟେଷ୍ଟରେ ୩୯୬ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri