ଏମ୍‌ଭି-୧୧୧ ପ୍ରଥମ, ସୋରିଷମାଳ ଦ୍ୱିତୀୟ,ସିନ୍ଧ୍ରିମାଳ ତୃତୀୟ

ମାଲକାନଗିରି,୧୪।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଅବସରରେ ସତୀଗୁଡ଼ା ଜଳଭଣ୍ଡାରରେ ଶୁକ୍ରବାର ମତ୍ସ୍ୟଜୀବୀମାନଙ୍କୁ ନେଇ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପ୍ରତିଯୋଗିତାରେ ଜଳଭଣ୍ଡାର ଚତୁଃପାର୍ଶ୍ୱରେ ଥିବା ସିନ୍ଧ୍ରିମାଳ, ଭୀମାରାଙ୍ଗିଣି, ମୁନୁସା, ସୀମାଗୁଡ଼ି, ଏମ୍‌ଭି-୧୧୧,ସୋରିଷମାଳ, ଚମ୍ପାଖାରି, ସର୍ଗିଗୁଡ଼ା, କରସ୍ତାଗୁଡ଼ା, ଏମ୍‌ଭି-୧୧୧ (ବି) ଗ୍ରାମର ମତ୍ସ୍ୟଜୀବୀମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଜଳଭଣ୍ଡାର ମଧ୍ୟରେ ୫୦୦ ମିଟର ଲମ୍ବା ଏବଂ ୧୫୦ ମିଟର ଚଉଡ଼ା ମଧ୍ୟରେ ବେଲୁନ, ସୋଲରେ ପ୍ରତିଯୋଗିତା ଅଞ୍ଚଳ ଚିହ୍ନଟ କରାଯାଇଥିଲା। ପ୍ରତିଯୋଗିତାରେ ଏମ୍‌ଭି-୧୧୧ର ୧ ନମ୍ବର ନୌକା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସୋରିଷମାଳର ୩ ନଂ. ନୌକା ଦ୍ୱିତୀୟ ଓ ସିନ୍ଧ୍ରିମାଳର ୮ ନଂ. ନୌକା ତୃତୀୟ ସ୍ଥାନ ଅଧିକାର କରିଥିଲା। ପରେ ଅତିରିକ୍ତ ଜିଲାପାଳ ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉପଜିଲାପାଳ ଅକ୍ଷୟ ଖେମୁଣ୍ଡୁ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ତ୍ରିନାଥ ମାଝି, ଜିଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରା, ଜିଲା କ୍ରୀଡ଼ା ଅଧିକାରୀ ଧ୍ରୁବଚରଣ ମୁଦୁଲି, ଜିଲା ମତ୍ସ୍ୟ ଅଧିକାରୀ ନରସିଂହ ମୁଣ୍ଡ୍‌, ଜିଲା ଅଗ୍ନିଶମ ଅଧିକାରୀ କମଲ ଗୌଡ଼, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମାନସ ମିଶ୍ର, ବନାଞ୍ଚଳ ଅଧିକାରୀ ଜଗନ୍ନାଥ ପ୍ରସାଦ ବିଶୋୟୀ, ମାଲକାନଗିରି ବ୍ଲକ ଅଧ୍ୟକ୍ଷା ଗୌରୀ ପଡ଼ିଆମି ଉପସ୍ଥିତ ଥିଲେ। ବିଜୟୀ ପ୍ରତିଯୋଗୀଙ୍କୁ ମାଲ୍ୟବନ୍ତ ମହୋତ୍ସବର ଜିଲାସ୍ତରୀୟ ଉତ୍ସବରେ ପୁରସ୍କୃତ କରାଯିବ। ସୂଚନାଯୋଗ୍ୟ, ମତ୍ସ୍ୟଜୀବୀମାନଙ୍କୁ ଉତ୍ସାହିତ କରିବା ଲାଗି ୨୦୦୮ରୁ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଏହି ନୌକାଚାଳନା ପ୍ରତିଯୋଗିତା ହୋଇ ଆସୁଛି। କାର୍ଯ୍ୟକ୍ରମକୁ ନୌକା ପରିଚାଳନା କମିଟି ଆବାହକ ଅବସରପ୍ରାପ୍ତ ବନପାଳ ଦୁର୍ଯ୍ୟୋଧନ ପାତ୍ର, ବନପାଳ ରମେଶ ଚନ୍ଦ୍ର ରାଉତ, ଦେବାଶିଷ ପ୍ରଧାନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri