ଏମ୍‌ଭି-୧୧୧ ପ୍ରଥମ, ସୋରିଷମାଳ ଦ୍ୱିତୀୟ,ସିନ୍ଧ୍ରିମାଳ ତୃତୀୟ

ମାଲକାନଗିରି,୧୪।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଅବସରରେ ସତୀଗୁଡ଼ା ଜଳଭଣ୍ଡାରରେ ଶୁକ୍ରବାର ମତ୍ସ୍ୟଜୀବୀମାନଙ୍କୁ ନେଇ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପ୍ରତିଯୋଗିତାରେ ଜଳଭଣ୍ଡାର ଚତୁଃପାର୍ଶ୍ୱରେ ଥିବା ସିନ୍ଧ୍ରିମାଳ, ଭୀମାରାଙ୍ଗିଣି, ମୁନୁସା, ସୀମାଗୁଡ଼ି, ଏମ୍‌ଭି-୧୧୧,ସୋରିଷମାଳ, ଚମ୍ପାଖାରି, ସର୍ଗିଗୁଡ଼ା, କରସ୍ତାଗୁଡ଼ା, ଏମ୍‌ଭି-୧୧୧ (ବି) ଗ୍ରାମର ମତ୍ସ୍ୟଜୀବୀମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଜଳଭଣ୍ଡାର ମଧ୍ୟରେ ୫୦୦ ମିଟର ଲମ୍ବା ଏବଂ ୧୫୦ ମିଟର ଚଉଡ଼ା ମଧ୍ୟରେ ବେଲୁନ, ସୋଲରେ ପ୍ରତିଯୋଗିତା ଅଞ୍ଚଳ ଚିହ୍ନଟ କରାଯାଇଥିଲା। ପ୍ରତିଯୋଗିତାରେ ଏମ୍‌ଭି-୧୧୧ର ୧ ନମ୍ବର ନୌକା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସୋରିଷମାଳର ୩ ନଂ. ନୌକା ଦ୍ୱିତୀୟ ଓ ସିନ୍ଧ୍ରିମାଳର ୮ ନଂ. ନୌକା ତୃତୀୟ ସ୍ଥାନ ଅଧିକାର କରିଥିଲା। ପରେ ଅତିରିକ୍ତ ଜିଲାପାଳ ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉପଜିଲାପାଳ ଅକ୍ଷୟ ଖେମୁଣ୍ଡୁ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ତ୍ରିନାଥ ମାଝି, ଜିଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରା, ଜିଲା କ୍ରୀଡ଼ା ଅଧିକାରୀ ଧ୍ରୁବଚରଣ ମୁଦୁଲି, ଜିଲା ମତ୍ସ୍ୟ ଅଧିକାରୀ ନରସିଂହ ମୁଣ୍ଡ୍‌, ଜିଲା ଅଗ୍ନିଶମ ଅଧିକାରୀ କମଲ ଗୌଡ଼, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମାନସ ମିଶ୍ର, ବନାଞ୍ଚଳ ଅଧିକାରୀ ଜଗନ୍ନାଥ ପ୍ରସାଦ ବିଶୋୟୀ, ମାଲକାନଗିରି ବ୍ଲକ ଅଧ୍ୟକ୍ଷା ଗୌରୀ ପଡ଼ିଆମି ଉପସ୍ଥିତ ଥିଲେ। ବିଜୟୀ ପ୍ରତିଯୋଗୀଙ୍କୁ ମାଲ୍ୟବନ୍ତ ମହୋତ୍ସବର ଜିଲାସ୍ତରୀୟ ଉତ୍ସବରେ ପୁରସ୍କୃତ କରାଯିବ। ସୂଚନାଯୋଗ୍ୟ, ମତ୍ସ୍ୟଜୀବୀମାନଙ୍କୁ ଉତ୍ସାହିତ କରିବା ଲାଗି ୨୦୦୮ରୁ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଏହି ନୌକାଚାଳନା ପ୍ରତିଯୋଗିତା ହୋଇ ଆସୁଛି। କାର୍ଯ୍ୟକ୍ରମକୁ ନୌକା ପରିଚାଳନା କମିଟି ଆବାହକ ଅବସରପ୍ରାପ୍ତ ବନପାଳ ଦୁର୍ଯ୍ୟୋଧନ ପାତ୍ର, ବନପାଳ ରମେଶ ଚନ୍ଦ୍ର ରାଉତ, ଦେବାଶିଷ ପ୍ରଧାନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri