Posted inଜାତୀୟ

ଶିବସେନାରେ ବିଦ୍ରୋହ ମଧ୍ୟରେ ଏମ୍‌ଭିଏର ମନ୍ଥନ: ମୁଖ୍ୟମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ

ମୁମ୍ବାଇ,୨୨।୬: ଏକନାଥ ସିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ବର୍ତ୍ତମାନ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବର୍ତ୍ତମାନ ଉଦ୍ଧବ ସରକାରଙ୍କ ଉପରେ ଘାରିଥିବା ସଙ୍କଟକୁ ଦୃଷ୍ଟିରେ ରଖି ମହା ବିକାଶ ଅଘାଡି(ଏମଭିଏ)ର ସହଯୋଗୀ ଦଳ ଏବେ ଆକ୍ସନମୁଡରେ ଆସିଯାଇଛି। ଇତିମଧ୍ୟରେ ବୁଧବାର ଦିନ ୧ଟାରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଅଧ୍ୟକ୍ଷତାରେ ମହାରାଷ୍ଟ୍ର କ୍ୟାବିନେଟର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏହି ସଙ୍କଟକୁ ନେଇ ଏନ୍‌ସିପି ମୁଖ୍ୟ ଶରଦ ପାୱାର ମଧ୍ୟ ଉଦ୍ଧବ ଠାକରେଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଏତଦ୍‌ ବ୍ୟତୀତ ଶରଦ ପାୱାର ମଧ୍ୟ ବୁଧବାର ଏନ୍‌ସିପି ବିଧାୟକଙ୍କ ସହ ଏକ ବୈଠକ କରିବେ। ଏଥିସହ ମହାରାଷ୍ଟ୍ର କଂଗ୍ରେସ ବିଧାୟକଙ୍କ ସହିତ ମଧ୍ୟ ଏକ ବୈଠକ କରାଯିବ ବୋଲି ସୂଚନା ରହିଛି। ଅନ୍ୟପଟେ ମହାରାଷ୍ଟ୍ର କଂଗ୍ରେସର ଏହି ବୈଠକରେ ସଞ୍ଜୟ ରାଉତ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ରହିବେ। ମହାରାଷ୍ଟ୍ର ସଙ୍କଟ ମଧ୍ୟରେ ଶିବସେନା ନେତା ସଞ୍ଜୟ ରାଉତ ଏକନାଥ ସିନ୍ଦେଙ୍କ ବିଦ୍ରୋହକୁ ନେଇ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନେତାଙ୍କ ଉପରେ ଚାପ ପକାଇବା ପାଇଁ କେନ୍ଦ୍ର ସରକାର ସରକାରୀ ଏଜେନ୍ସି ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri