Posted inଜାତୀୟ

କଂଗ୍ରେସ ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କ ବିଏମ୍‌ଡବ୍ଲ୍ୟୁ ହେମନ୍ତଙ୍କ ଦିଲ୍ଲୀ ଘରୁ ଜବତ

ରାଞ୍ଚି/ନୂଆଦିଲ୍ଲୀ,୮।୨: ମନିଲଣ୍ଡରିଂ ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଝାଡ଼ଖଣ୍ଡର କଂଗ୍ରେସ ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କୁ ସମନ ଜାରି କରିଛି। ଉକ୍ତ ମାମଲାରେ ଇଡି ନିକଟରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା। ଗତ ଡିସେମ୍ବରରେ ରାଜ୍ୟ ସଭା ସଦସ୍ୟ ଧୀରଜଙ୍କର ଓଡ଼ିଶାରେ ଥିବା ବୌଦ୍ଧ ଡିଷ୍ଟିଲେରି ପ୍ରା.ଲିଃରେ ଆୟକର ଚଢ଼ାଉ ବେଳେ ୩୫୧.୮ କୋଟି ଟଙ୍କାର ନଗଦ ଅର୍ଥ ଜବତ ହୋଇଥିଲ, ଯାହା ସର୍ବକାଳୀନ ରେକର୍ଡ ଥିଲା। ତାଙ୍କୁ ଶନିବାର ରାଞ୍ଚିସ୍ଥିତ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି।

ସୋରେନ୍‌ଙ୍କ ସହ ସମ୍ପୃକ୍ତି ଏବଂ ତାଙ୍କ ବାସଭବନରୁ ଜବତ ହୋଇଥିବା ବିଏମ୍‌ଡବ୍ଲ୍ୟୁ ଏସ୍‌ୟୁଭିକୁ ନେଇ ଇଡି ଧୀରଜଙ୍କ ବିବୃତି ରେକର୍ଡ କରିବାକୁ ଚାହୁଁଛି। ସୋରେନଙ୍କ ଦକ୍ଷିଣ ଦିଲ୍ଲୀ ବାସଭବନରୁ ଇଡି ଅଧିକାରୀମାନେ ବିଏମ୍‌ଡବ୍ଲ୍ୟୁ ଜବତ କରିଥିଲେ। ଉକ୍ତ ଗାଡ଼ି ଧୀରଜଙ୍କର ଏବଂ ଏହାକୁ ବେମାନୀ ଭାବେ ରଖାଯାଇଥିଲା। ଧୀରଜଙ୍କ ଏକ ସଂସ୍ଥା ନାଁରେ ଏହାକୁ ପଞ୍ଜୀକୃତ କରାଯାଇଥିଲା। ଉକ୍ତ ମାମଲାରେ ଅନ୍ୟ କେତେଜଣଙ୍କୁ ମଧ୍ୟ ସମନ କରାଯାଇଛି। ଇଡି ସେମାନଙ୍କୁ ହେମନ୍ତ ସୋରେନଙ୍କ ସହ ମୁହାଁମୁହିଁ ଜେରା କରିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଜମି ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ସୋରେନଙ୍କୁ ଇଡି ଗତ ୩୧ ତାରିଖରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri