ଏଡିଏମ୍‌ଙ୍କ ଗାଡ଼ିକୁ ଧକ୍କା ଦେଲା ମୋ ବସ୍‌

ଭୁବନେଶ୍ୱର,୩।୫(ବ୍ୟୁରୋ): କଟକର ଅତିରିକ୍ତ ଜିଲାପାଳ (ଏଡିଏମ୍‌) ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ଗାଡ଼ିକୁ ମୋ ବସ୍‌ ଧକ୍କା ଦେଇଛି। ମଙ୍ଗଳବାର ମଧ୍ୟାହ୍ନରେ ଭୁବନେଶ୍ୱର ରାଜଭବନ ଛକରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଏଡିଏମ୍‌ଙ୍କ ଗାଡ଼ି (ନଂ. ଓଡି୦୫ଏଡବ୍ଲ୍ୟୁ୨୧୨୧)ର ପଛପଟ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ଏଡିଏମ୍‌ ମିଶ୍ରଙ୍କ ମୁଣ୍ଡ ସାମାନ୍ୟ ଫାଟିଯାଇଛି। ତେବେ ଡ୍ରାଇଭରଙ୍କ କୌଣସି କ୍ଷତି ହୋଇନାହିଁ। ଅନ୍ୟପକ୍ଷରେ ମୋ ବସ୍‌ରେ ଥିବା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। ତେବେ ଏହି ଦୁର୍ଘଟଣା ନେଇ ଏଡିଏମ୍‌ଙ୍କ ପକ୍ଷରୁ କୌଣସି ଏତଲା ଦିଆଯାଇ ନ ଥିବା ଥାନାଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି।
ସୂଚନା ଅନୁଯାୟୀ, ଏଡିଏମ୍‌ ମିଶ୍ର ନିଜ କାର୍‌ ଯୋଗେ କଟକରୁ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରକୁ ଯାଉଥିଲେ। ତାଙ୍କ ଡ୍ରାଇଭର ଗାଡ଼ି ଚଲାଉଥିବା ବେଳେ ସେ ବସିଥିଲେ। ୟୁନିଟ-୬ ପଟୁ ଏଡିଏମ୍‌ଙ୍କ ଗାଡ଼ି ଆସୁଥିଲା। ଏହି ସମୟରେ ଭୁବନେଶ୍ୱର ରେଳଷ୍ଟେଶନରୁ ସମ୍‌ ହସ୍ପିଟାଲ ଯାଉଥିବା ରୁଟ ନଂ ୨୩ର ମୋ ବସ୍‌ ଏଜି ଛକରୁ ଯାଉଥିଲା। ଏଡିଏମ୍‌ଙ୍କ ଗାଡ଼ି ରାଜଭବନ ଗୋଲେଇ ବୁଲି ଏୟାରପୋର୍ଟ ଆଡ଼େ ଯାଉଥିବାବେଳେ ମୋ ବସ୍‌ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଏଡିଏମ୍‌ଙ୍କ ଗାଡ଼ି ୩ ଘେରା ବୁଲିଯାଇଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?