ମୋ ବସ୍‌କୁ ୨ ବର୍ଷ: ଆଜି ନିରାଡ଼ମ୍ବର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୬।୧୧ (ବ୍ୟୁରୋ): ‘ମୋ ବସ୍‌’ ସେବାକୁ ଇତି ମଧ୍ୟରେ ଦୁଇବର୍ଷ ପୂରିଛି। ରାଜଧାନୀ ଭୁବନେଶ୍ୱର ସମତେ କଟକ, ଖୋର୍ଦ୍ଧା, ପୁରୀ ଓ କୋଣାର୍କରେ ଯାତ୍ରୀଙ୍କୁ ଭରସାଯୋଗ୍ୟ ସ୍ବଳ୍ପକାଳୀନ ସେବା ଯୋଗାଇବା ସହ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି ମୋ ବସ୍‌। ସ୍ବଚ୍ଛତା, ସମୟାନୁବର୍ତ୍ତିତା ତଥା ସୁରକ୍ଷିତ ଯାତ୍ରା ପାଇଁ ଲୋକେ ଅଧିକ ଆକର୍ଷିତ ହେଉଛନ୍ତି। ଗତ ଫେବୃୟାରୀରେ ଦୈନିକ ଯାତ୍ରୀ ସଂଖ୍ୟା ୧ଲକ୍ଷ ୩୧ ହଜାର ଅତିକ୍ରମ କରିଥିବାବେଳେ ଗତବର୍ଷ ସର୍ବଭାରତୀୟ ସ୍ତରରେ ବିଭିନ୍ନ କ୍ଷେତ୍ରରେ ମୋ ବସ୍‌କୁ ଏକାଧିକ ପୁରସ୍କାର ମିଳିଥିଲା। ଏପରି କି ଅନ୍ୟ ରାଜ୍ୟଗୁଡ଼ିକର ଯାତ୍ରୀ ପରିବହନ ସେବାକୁ ପଛରେ ପକାଇ ଶୀର୍ଷରେ ପହଞ୍ଚତ୍ ପାରିଥିଲା। ହେଲେ କରୋନା ପାଇଁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଯୋଗୁ ଯାତ୍ରୀ ସେବା ଗୁରୁତର ବାଧାପ୍ରାପ୍ତ ହୋଇଥିଲା। ଏବେ ଅନ୍‌ଲକ୍‌ ପର୍ଯ୍ୟାୟରେ ଦୈନିକ ଯାତ୍ରୀ ସଂଖ୍ୟା ୨୦ରୁ ୨୬ ହଜାର ମଧ୍ୟରେ ରହୁଛି। ପର୍ଯ୍ୟଟନ ଋତୁରେ ମୋ ବସ୍‌ ଯାତ୍ରୀ ସଂଖ୍ୟା ଆହୁରି ବଢ଼ିଯିବାର ସମ୍ଭାବନା ରହିଛି। କର୍ମଠ କର୍ମଚାରୀଙ୍କ ଦୃଢ ବିଶ୍ୱାସବଳରେ ଏବର୍ଷ ମଧ୍ୟ ପୁଣି ଜାତୀୟ ପୁରସ୍କାର ପାଇବାକୁ ଆଶା ରଖିଛନ୍ତି ‘ମୋ ବସ୍‌’ ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ୍‌) କର୍ତ୍ତୃପକ୍ଷ।
ମୋ ସାଇକେଲ୍‌ : ୨ ବର୍ଷରେ ଦୟନୀୟ ସ୍ଥିତି
ପୂର୍ବରୁ କ୍ରୁଟ୍‌ ଦ୍ୱାରା ପରିଚାଳିତ ‘ମୋ ସାଇକେଲ୍‌’ ସେବା ଶୁକ୍ରବାର ୨ ବର୍ଷରେ ପଦାର୍ପଣ କରିଛି। ବର୍ତ୍ତମାନ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମୋ ସାଇକେଲ୍‌କୁ ନିଜ ଅଧୀନକୁ ନେଇଥିଲେ ମଧ୍ୟ ପ୍ରଚାର ପ୍ରସାର ଓ ସଚେତନତା ଅଭାବରୁ ମୋ ସାଇକେଲ ପ୍ରତି ଲୋକେ ଆକର୍ଷିତ ହୋଇପାରୁନାହାନ୍ତି। କେଉଁଠି କେନାଲରେ ତ କେଉଁଠି ଗଛ ଉପରେ, ପୁଣି ରାସ୍ତା କଡ଼ରେ ଦୟନୀୟ ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri