ଅଡ଼ଶପୁରକୁ ଗଡ଼ିଲା ମୋ’ ବସ୍‌

କଣ୍ଟାପଡା,୨ା୯(ଡି.ଏନ୍‌.ଏ.): ଦୀର୍ଘଦିନର ଦାବି ପରେ କଣ୍ଟାପଡା ବ୍ଲକ ଅନ୍ତର୍ଗତ ଅଡଶପୁରଠାରୁ ଭୁବନେଶ୍ୱରକୁ ମୋ’ବସ୍‌ ଗଡିବା ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳବାସୀ ଆନନ୍ଦିତ ହୋଇଛନ୍ତି। ହେଲେ ବହୁଦିନର ଦାବି ପୂରଣ ହୋଇଥିବାରୁ ଏହାର ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରୁ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଜୟଦେବ ପୀଠ ପର୍ଯ୍ୟନ୍ତ ୩ଟି ମୋ’ ବସ୍‌ ଚଳାଚଳ କୁରୁଥିଲା। ଜୟଦେବ ପୀଠଠାରୁ ଅଡଶପୁର ମହାବିଦ୍ୟାଳୟର ଦୂରତା ମାତ୍ର ୨ କି.ମି.। ହେଲେ ସେଠାକୁ ବସ୍‌ ଚଳାଚଳ କରୁ ନ ଥିବାରୁ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ତେଣୁ ଉକ୍ତ ମହାବିଦ୍ୟାଳୟ ନିକଟକୁ ବସ୍‌ ଚଳାଚଳ ପାଇଁ ୨୦୨୧ ଡିସେମ୍ବରରେ କଣ୍ଟାପଡା ବ୍ଲକର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷା ସ୍ମିତାରାଣୀ ସ୍ବାଇଁ, ବରିଷ୍ଠ ନାଗରିକ ଶଙ୍କର ସାହୁ, ରମେଶ ଚନ୍ଦ୍ର ସ୍ବାଇଁ, ବିନୋଦ ରାଉତରାୟ, ସଞ୍ଜୟ ପାତ୍ର, ଧୀରେନ୍ଦ୍ର ସାହୁ, ଅଡଶପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ପ୍ରଭାତ ପ୍ରଧାନ, ପୂର୍ବତନ ସରପଞ୍ଚ ଡଲି ସ୍ବାଇଁ, ବ୍ରାହ୍ମଣବାଟୀ ସରପଞ୍ଚ ଗାୟତ୍ରୀ ରାଉତରାୟଙ୍କ ସମେତ ସ୍ଥାନୀୟ ଅଞ୍ଚଳବାସୀ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି କରିଥିଲେ। ଅଞ୍ଚଳବାସୀଙ୍କ ଦାବିକୁ ଗ୍ରହଣ କରି ବିଭାଗୀୟ କର୍ତ୍ତୃପକ୍ଷ ଗୁରୁବାରଠାରୁ ଅଡଶପୁରକୁ ମୋ’ ବସ୍‌ ଚଳାଇବା ପାଇଁ ଘୋଷଣା କରିବା ପରେ ଏହାର ଶ୍ରେୟ ନେବା ପାଇଁ ସୋସିଆଲ ମିଡିଆରେ ଏକ ପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ମୋ ବସ୍‌ ଚଳାଚଳ ପାଇଁ ତାଙ୍କର ଅବଦାନ ରହିଛି ବୋଲି ସୋସିଆଲ ମିଡିଆରେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଗତ ଏପ୍ରିଲରେ ଦେଇଥିବା ଚିଠିର ନକଲ ପୋଷ୍ଟ କରି ପ୍ରଚାର କରୁଥିବାବେଳେ ଏହା ନିଆଳି ବିଧାୟକ ପ୍ରମୋଦ ମଲ୍ଲିକଙ୍କ ଯୋଗୁ ସମ୍ଭବ ହୋଇଛି ବୋଲି ତାଙ୍କର ଅନୁଗାମୀମାନେ ପ୍ରଚାର ଚଳାଇଛନ୍ତି। ତେବେ ସେ ଯାହାହେଉ ଅଡଶପୁର ଅଞ୍ଚଳକୁ ମୋ’ ବସ୍‌ ଚଳାଚଳ କରିବା ଫଳରେ ଭୁବନେଶ୍ୱରକୁ ଯାତାୟାତ କରୁଥିବା ସ୍ଥାନୀୟ ଜନସାଧାରଣ ବିଶେଷ ଉପକୃତ ହେବେ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?