‘ମୋ କଲେଜ ଅଭିଯାନ’ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍‌’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ କନଫରେନ୍ସରେ ଉଦ୍‌ଘାଟନ କରିବା ସହ ‘ମୋ କଲେଜ’ ପୋର୍ଟାଲକୁ ଉନ୍ମୋଚନ କରିଛନ୍ତି। ସମଗ୍ର ବିଶ୍ୱରେ ଥିବା ପୁରାତନ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନିଜ ମାତୃଭୂମିରେ ଥିବା ସେମାନଙ୍କ ଶିକ୍ଷାନୁଷ୍ଠାନଗୁଡ଼ିକର ପୁନଃ ନିର୍ମାଣରେ ସହଯୋଗୀ ଶକ୍ତି ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଲାଇଭ୍‌ ଷ୍ଟ୍ରିମ୍‌ ମାଧ୍ୟମରେ ସଂଯୁକ୍ତ ହୋଇଥିବା ବିଭିନ୍ନ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦର ସଭ୍ୟ ଓ ପ୍ରବାସୀ ଓଡ଼ିଆଙ୍କୁ ସ୍ବାଗତ କରି କହିଛନ୍ତି, ଉଚ୍ଚଶିକ୍ଷାର ମାନବୃଦ୍ଧି ସହ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏହି ଅଭିଯାନ ଓଡ଼ିଆ ଆଲୁମ୍‌ନିମାନଙ୍କୁ ଭାବପ୍ରବଣତା ସହିତ ବିନିଯୋଗ କରିବା ପାଇଁ ଏକ ମଞ୍ଚ। ଏହାଦ୍ୱାରା କଲେଜ ଦିନର ସ୍ମୃତିକୁ ଫେରିପାଇବାର ଅନ୍ୟତମ ସୁଯୋଗ। ଏହି ଅଭିଯାନ କେବଳ ଛାତ୍ରୀଛାତ୍ରଙ୍କ ପାଇଁ ସୀମିତ ନୁହେଁ। ଅଣ-ଆଲୁମିନି ସାମାଜିକକର୍ମୀ, ଦାତବ୍ୟ ସଙ୍ଗଠନ, ଗୋଷ୍ଠୀ ଓ ଅନୁଷ୍ଠାନ ମଧ୍ୟ ଏଥିରେ ଅଂଶ ହୋଇପାରିବେ। ଏହା ଏକ ସୁସ୍ଥ ଶୈକ୍ଷିକ ବାତାବରଣ ପାଇଁ ନୂଆ ମିଶନର ପ୍ରଚେଷ୍ଟା କରିବା ସହ ରାଷ୍ଟ୍ରନିର୍ମାଣ, ଦକ୍ଷତା ବିକାଶ ତଥା ଦଳଗତ କାର୍ଯ୍ୟକୁ ପ୍ରୋତ୍ସାହିତ କରିବ। ସେହିଭଳି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ଅଧ୍ୟୟନ ପାଇଁ ଏକ ଅଭିନବ ତଥା ରୋମାଞ୍ଚକର ସ୍ଥାନ ହୋଇପାରିବ। ଆମେ ସମସ୍ତେ ନିଜ ନିଜ ଶିକ୍ଷାନୁଷ୍ଠାନକୁ ଫେରାଇବାର ଆନନ୍ଦ ଅନୁଭବ କରିବା ଉଚିତ, ଯେଉଁଠାରେ ଆମେ ଆମର ଯୌବନର ଅତ୍ୟନ୍ତ ମୂଲ୍ୟବାନ ସମୟ ଅତିବାହିତ କରିଥିଲେ ଏବଂ ଆମ ଭବିଷ୍ୟତ ନିର୍ମାଣ କରିଥିଲୁ ବୋଲି ସେ କହିଛନ୍ତି।
ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁ ନିଜ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଯୋଡ଼ିହେବାର ଏହି ଅଭିଯାନ ଏକ ମଞ୍ଚ ବୋଲି ମତବ୍ୟକ୍ତ କରିଥିଲେ। ‘ମୋ କଲେଜ’ର ଅଧ୍ୟକ୍ଷ ଆକାଶ ଦାସ ନାୟକ ଅଭିଯାନ ସମ୍ପର୍କରେ କହିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା ବିଭାଗର ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅଭିଯାନରେ ୭୫୫ କଲେଜ ଓ ବିଶ୍ୱବିଦ୍ୟାଳୟ ସାମିଲ ହୋଇଛି। ଏହାର ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ’ ଭଳି ମୋ କଲେଜରେ ନିଜ ନିଜ କଲେଜକୁ ସହାୟତା କରିପାରିବେ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri