‘ମୋ ଝିଅକୁ ହତ୍ୟା କରାଯାଇଛି’

ପଦ୍ମପୁର,୬।୩(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତ ଖେଡୁଆଳପୁର ଗ୍ରାମରେ ପୂଜାରାଣୀ ପୁହାଣ ନାମ୍ନୀ ଯୁବତୀ ଗତ ୨ ତାରିଖରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଏନେଇ ନାୟକାଣିଡିହୀ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୫/୨୩) ରୁଜୁ କରାଯାଇଥିଲା। ତେବେ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ମୃତ ପୂଜାରାଣୀଙ୍କ ମା’ ମଞ୍ଜୁଲତା ରବିବାର ଥାନାରେ ଅଭିଯୋଗ କରିଛନ୍ତି। ସେ ଏତଲାରେ ଉଲ୍ଲେଖ କରିଛନ୍ତି ଯେ, ଝିଅର ମୋବାଇଲରୁ ଜାଣିବାକୁ ପାଇଛନ୍ତି କି ଉକ୍ତ ଥାନା ଅଧୀନ ପାଳସାହି ଗ୍ରାମର ଜଣେ ଯୁବକ ତାଙ୍କ ଝିଅକୁ ବିଭିନ୍ନ ସମୟରେ ବ୍ଲାକମେଲିଂ ସହ ଆତ୍ମହତ୍ୟା କରିବାକୁ ବାଧ୍ୟ କରୁଥିଲେ। ତାଙ୍କ ଝିଅ ଓ ଉକ୍ତ ଯୁବକ କରଞ୍ଜଆଡ଼ିଆ କଲେଜରେ ପାଠ ପଢ଼ୁଥିଲେ। ପ୍ରଥମେ ଉଭୟ ବନ୍ଧୁ ଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଏହାକୁ ନେଇ ଯୁବକ ଜଣକ ବିଭିନ୍ନ ସମୟରେ ତାଙ୍କ ଝିଅକୁ ଗାଳିଗୁଲଜ ସହ ଫଟୋ ଭାଇରାଲ କରିଦେବେ ବୋଲି ଧମକ ଦେଉଥିଲେ। ଏପରିକି ଘଟଣା ଦିନ ସେ ତାଙ୍କ ଝିଅ ମୋବାଇଲକୁ ୩୩ ଥର କଲ୍‌ କରିଥିଲେ। ଏନେଇ ଏକ ହତ୍ୟା ମାମଲା (ନଂ. ୪୭/୨୩) ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଥିବା ତଦନ୍ତକାରୀ ଅଧିକାରୀ ମହେଶ୍ୱର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri