‘ଶାଶୁଘର ଲୋକଙ୍କ ନିର୍ଯାତନା ସହି ନ ପାରି ମୋ ଝିଅ ଜୀବନ ହାରିଲା’

ପାଟଣା,୧୯।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ତେଣ୍ଡେରା ପଞ୍ଚାୟତ ରସପଡା ଗ୍ରାମର ଜଣେ ୨୩ ବର୍ଷୀୟ ବିବାହିତ ମହିଳା କୀଟନାଶକ ଖାଇ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳା ଜଣକ ହେଉଛନ୍ତି ବୀର କିଶୋର ମହାନ୍ତଙ୍କ ସ୍ତ୍ରୀ ଲୀଳାବତୀ।
ସୂଚନାଯୋଗ୍ୟ, ଲୀଳାବତୀଙ୍କ ସାମୀ ହାଇଦ୍ରାବାଦର ଏକ କନଷ୍ଟ୍ରକ୍ସନ କମ୍ପାନ ରେ କାର୍ଯ୍ୟ କରନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଲୀଳାବତୀଙ୍କ ଶାଶୁଙ୍କ ସହ କଳହରୁ ସେ ବାଡ଼ି ପଟକୁ ଯାଇ କୀଟନାଶକ ଖାଇ ଦେଇଥିଲେ। ପଡୋଶୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହାପରେ ସଦର ଥାନା ଧୋ ଗୋଠ ଗାଁର ଲୀଳାବତୀଙ୍କ ମା’ ମନ୍ଦୋଦରୀ ପାଟଣା ଥାନାରେ ପହଞ୍ଚି ତାଙ୍କ ଝିଅ ଲୀଳାବତୀଙ୍କୁ ଶାଶୁ କମଳା ଓ ଶ୍ୱଶୁର ଦାମୋଦର ବିଭିନ୍ନ ସମୟରେ ସେମାନଙ୍କ ଝିଅ ମାନଙ୍କ କଥାରେ ପଡ଼ି ଗାଡ଼ି ଦାଦି କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଆଜି ମଧ୍ୟ କମଳା ଝିଅକୁ ମାରଧର କରିବା ସହ ଗାଳିଗୁଲଜ କରିବାରୁ ଝିଅ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛି। ଏଥିପୂର୍ବରୁ ଝିଅ ମୋର ଶାଶୁ ନିର୍ଯାତନା ସହି ନ ପାରି ୨ଥର ଜଙ୍ଗଲରେ ଆଶ୍ରୟ ନେଇଥିଲେ। ଉକ୍ତ ଗାଁରେ ଥିବା ମୋର ବଡ ଝିଅ ତାଙ୍କୁ ଉଦ୍ଧାର କରିଥିଲେ । ଏନେଇ ପାଟଣା ଥାନା ରେ ୨୪୫/୨୪ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି ବୋଲି ଥାନା ଏସଆଇ ଲକ୍ଷ୍ମଣ ମାଝି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri