ଯୌତୁକ ପାଇଁ ଯାଇଛି ମୋ ଝିଅର ଜୀବନ

ଭଣ୍ଡାରିପୋଖରୀ,୧୪।୩: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦାଣ୍ଡକୁଳ ଗ୍ରାମରେ ଅଧିକ ଯୌତୁକ ପାଇଁ ମିନତି ସେଠୀ ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅକୁ ହତ୍ୟା କରି ଶାଶୁଘର ଲୋକେ ଆତ୍ମହତ୍ୟାର ରୂପ ଦେଉଥିବା ଶନିବାର ଥାନାରେ ଅଭିଯୋଗ କରିଛନ୍ତି ମୃତା ମିନତିଙ୍କ ବାପା ଧାମନଗର ଥାନା ପାହାଡ଼ପୁର ଗ୍ରାମର ମହେଶ୍ୱର ସେଠୀ। ସେ ଏତଲାରେ ଉଲ୍ଲେଖ କରିଛନ୍ତି, ୨୦୧୭ ମେ’ ରେ ମିନତି ଦାଣ୍ଡକୁଳ ଗ୍ରାମର ଧରଣୀଧର ସେଠୀଙ୍କୁ ବିବାହ କରିଥିଲେ। ବିବାହ ପରେ ଶାଶୁଘର ଲୋକ ତାଙ୍କୁ ଏକ ବାଇକ୍‌ ଆଣିବା ପାଇଁ କହି ନିର୍ଯାତନା ଦେଉଥିଲେ। ବିଭିନ୍ନ ସମୟରେ ମାରଧର କରୁଥିବାରୁ ମିନତି ବାପଘରକୁ ପଳାଇ ଆସୁଥିଲେ। ଏ ନେଇ ଉଭୟ ପକ୍ଷ ମଧ୍ୟରେ ଆପୋଷ ବୁଝାମଣା ହୋଇଥିଲା। ଶୁକ୍ରବାର ହଠାତ୍‌ ମିନତି ପିନ୍ଧା ଲୁଗାରେ ଆତ୍ମହତ୍ୟା କରିଥିବା ଶାଶୁଘର ଲୋକ ଫୋନ କରି ଜଣାଇଥିଲେ। ମିନତିଙ୍କୁ ଶାଶୁଘର ଲୋକ ମାରିଦେଇ ଆତ୍ମହତ୍ୟା କହୁଥିବା ମହେଶ୍ୱର ଅଭିଯୋଗ କରିଛନ୍ତି। ଏ ନେଇ ଭଣ୍ଡାରିପୋଖରୀ ଥାନାରେ ଏକ ମାମଲା (ନଂ. ୮୮/୨୧) ରୁଜୁ ହୋଇଛି। ଥାନା ଅଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନ ଘଟଣାର ତଦନ୍ତ ଚାଳିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri