Posted inଖେଳ

କୋହଲିଙ୍କ ବିଷୟରେ କହି ହୃଦୟ ଜିତିଲେ ଗମ୍ଭୀର

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଗୌତମ ଗମ୍ଭୀର ପଡ଼ିଆରେ ଥରେ ନୁହେଁ ଦୁଇଥର ଆଇପିଏଲରେ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। ଦ୍ୱିତୀୟ ଥର ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ଗତ ସିଜିନ୍‌ ଅର୍ଥାତ୍‌ ଆଇପିଏଲ ୨୦୨୩ରେ ହୋଇଥିଲା । ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ଆପଣ ଗମ୍ଭୀରଙ୍କୁ ମଧ୍ୟ ପ୍ରଶଂସା କରିବେ । ଭିଡିଓରେ ଗମ୍ଭୀର କହିଛନ୍ତିି ଯେ ‘ଲଢେଇ କେବଳ ପଡ଼ିଆରେ ଅଛି’।

ବାସ୍ତବରେ ଭାଇରାଲ ହେଉଥିବା ଭିଡିଓରେ ଗମ୍ଭୀର ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ବିଷୟରେ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି। ଭିଡିଓରେ ଗମ୍ଭୀରଙ୍କୁ ପଚରାଯାଇଛି କି ବିରାଟ କେଉଁ ବୋଲରଙ୍କ ବିପକ୍ଷରେ ଦିନିକିଆରେ ନିଜର ୫୦ ତମ ଶତକ ହାସଲ କରିଛନ୍ତି। ପ୍ରଶ୍ନର ଉତ୍ତର ଦେଇ ଗମ୍ଭୀର କହିଛନ୍ତି, ଲକି ଫର୍ଗୁସନ। ଗମ୍ଭୀର ଆହୁରି କହିଛନ୍ତି, ତୁମେ ବାରମ୍ବାର ଦେଖାଉଛ ଯେ ମୋର ସବୁକିଛି ମନେ ଅଛି। ମୋର ଲଢେଇ କେବଳ ପଡ଼ିଆରେ।

ଦିନିକିଆ ବିଶ୍ୱକପ୍‌ ୨୦୨୩ରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ସେମିଫାଇନାଲ ମ୍ୟାଚ ଖେଳିଥିଲା, ଯେଉଁଥିରେ କୋହଲି ଏକ ଶତକ ହାସଲ କରିଥିଲେ, ଯାହାକି ତାଙ୍କ ଦିନିକିଆ କ୍ୟାରିୟରର ୫୦ ତମ ଶତକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri