ମୋବାଇଲ ଭାଙ୍ଗି ଦେବାରୁ ଜୀବନ ନେଇଗଲା ସାଙ୍ଗ

ଚାନ୍ଦବାଲି,୧୬।୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମାଧପୁର ପଞ୍ଚାୟତ ଅଣଖାସାହି ଗାଁରେ ଶୁକ୍ରବାର ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ରବିବାର ପୋଲିସ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ ମାଧପୁର ପଞ୍ଚାୟତ ଅଣଖାସାହିର ରମେଶ ଦାସଙ୍କ ପୁଅ ସୁକାନ୍ତ ଦାସ(୨୨)।

ମିଳିଥିବା ସୂଚନା ମୁତାବକ, ଗତ ଶୁକ୍ରବାର ସନ୍ଧ୍ୟାରେ ହୃଷୀକେଶ ଦାସଙ୍କ ପୁଅ ଜୟଦେବ ଦାସ ଓରଫ ଝରିଆଙ୍କ ସହ ସୁକାନ୍ତ ମୋବାଇଲରେ ଗେମ୍‌ ଖେଳୁଥିଲେ। ହେଲେ ରାତିପ୍ରାୟ ୮ଟାରେ ସୁକାନ୍ତ ନିଖୋଜ ହୋଇଯାଇଥିଲେ । ବହୁ ଖୋଜାଖୋଜି ପରେ ସୁକାନ୍ତଙ୍କୁ ନ ପାଇ ପରିବାର ଲୋକେ ଶନିବାର ଚାନ୍ଦବାଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଚାନ୍ଦବାଲି ପୋଲିସ ତଦନ୍ତ ଆରମ୍ଭ କରିବା ସହ ମୋବାଇଲ ଟ୍ରାକିଂ କରିଥିଲା। ଟ୍ରାକିଂ ପରେ ମୋବାଇଲ ଫୋନ୍‌ ଗାଁ ପାଖ ଏକ ଚାଷ ଜମିରେ ପଡ଼ିଥିବା ଜାଣିବାକୁ ମିଳିଥିଲା।

ପରବର୍ତ୍ତିୀ ସମୟରେ ସାଳନ୍ଦୀ ନଦୀର ଶାଖା ନଟିଆ ଜୋରରେ ଏକ ମୃତଦେହ ଭାସୁଥିବା ଗ୍ରାମବାସୀ ରବିବାର ଦେଖିବାକୁ ପାଇଥିଲେ। ପରିବାର ଲୋକେ ମୃତଦେହ ଚିହ୍ନଟ କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ପୋଲିସ ସନ୍ଧାନୀ କୁକୁର ସହ କ୍ରାଇମବ୍ରାଞ୍ଚ ଟିମ୍‌ର ସହଯୋଗରେ ତଦନ୍ତ ଆରମ୍ଭ କରିଥିଲା। ପୋଲିସ ସୁକାନ୍ତଙ୍କ ସାଙ୍ଗ ଜୟଦେବଙ୍କୁ ସନ୍ଦେହ କରି ପଚାରଉଚରା ସହ ଚାନ୍ଦବାଲି ଥାନାରେ ଅଟକ ରଖିଥିଲା।

ପରବର୍ତ୍ତୀ ସମୟରେ ଜୟଦେବ ମୋବାଇଲ ଭଙ୍ଗା ଘଟଣାକୁ ନେଇ ସୁକାନ୍ତଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ଅନ୍ୟପକ୍ଷେ ଘଟଣାରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି ସେନେଇ ପୋଲିସର ତଦନ୍ତ ଚାଲିଥିବା ଚାନ୍ଦବାଲି ଉପଖଣ୍ଡ ଆରକ୍ଷୀ ଅଧିକାରୀ ସୂଚନା ଦେଇଛନ୍ତି। ଏନେଇ ଚାନ୍ଦବାଲି ଥାନା ପୋଲିସ ଏକ ମାମଲା(ନଂ.୩୧୪/୨୦୨୩) ରୁଜୁ କରି ଅଭିଯୁକ୍ତ ଜୟଦେବକୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri